Ephesians 1:11 in Oriya 11 ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ,
Other Translations King James Version (KJV) In whom also we have obtained an inheritance, being predestinated according to the purpose of him who worketh all things after the counsel of his own will:
American Standard Version (ASV) in whom also we were made a heritage, having been foreordained according to the purpose of him who worketh all things after the counsel of his will;
Bible in Basic English (BBE) In whom we have a heritage, being marked out from the first in his purpose who does all things in agreement with his designs;
Darby English Bible (DBY) in whom we have also obtained an inheritance, being marked out beforehand according to the purpose of him who works all things according to the counsel of his own will,
World English Bible (WEB) in whom also we were assigned an inheritance, having been foreordained according to the purpose of him who works all things after the counsel of his will;
Young's Literal Translation (YLT) in whom also we did obtain an inheritance, being foreordained according to the purpose of Him who the all things is working according to the counsel of His will,
Cross Reference Deuteronomy 4:20 in Oriya 20 ମାତ୍ର ତୁମ୍ଭେମାନେ ଆଜି ଦିନ ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
Psalm 37:18 in Oriya 18 ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ।
Isaiah 5:19 in Oriya 19 ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କର ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”
Isaiah 28:29 in Oriya 29 ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।
Isaiah 40:13 in Oriya 13 ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି ?
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Jeremiah 23:18 in Oriya 18 ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇ ଅଛି ? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି ?”
Jeremiah 32:19 in Oriya 19 ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।
Zechariah 6:13 in Oriya 13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 4:28 in Oriya 28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Acts 20:27 in Oriya 27 ମୁଁ ଇଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି।
Acts 20:32 in Oriya 32 ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।
Acts 26:18 in Oriya 18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।
Romans 8:17 in Oriya 17 ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଇଶ୍ବରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ।
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Romans 11:34 in Oriya 34 କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି ? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି ?
Galatians 3:18 in Oriya 18 କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ୱର ପ୍ରତିଜ୍ଞା ଦ୍ୱାରା ଅବ୍ରାହାମଙ୍କୁ ତାହା ଦାନ କରିଅଛନ୍ତି।
Ephesians 1:5 in Oriya 5 ପୁଣି, ସେ ଆମ୍ଭମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୁର୍ବରୁ ନିରୂପଣ କଲେ;
Ephesians 1:8 in Oriya 8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
Ephesians 1:14 in Oriya 14 ଇଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
Ephesians 3:11 in Oriya 11 ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;
Colossians 1:12 in Oriya 12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।
Colossians 3:24 in Oriya 24 ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର,
Titus 3:7 in Oriya 7 ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।
Hebrews 6:17 in Oriya 17 ଏଣୁ ଈଶ୍ୱର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
1 Peter 1:4 in Oriya 4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।
1 Peter 3:9 in Oriya 9 ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।