Ephesians 3:5 in Oriya 5 ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
Other Translations King James Version (KJV) Which in other ages was not made known unto the sons of men, as it is now revealed unto his holy apostles and prophets by the Spirit;
American Standard Version (ASV) which in other generation was not made known unto the sons of men, as it hath now been revealed unto his holy apostles and prophets in the Spirit;
Bible in Basic English (BBE) Which in other generations was not given to the sons of men, but the revelation of it has now been made to his holy Apostles and prophets in the Spirit;
Darby English Bible (DBY) which in other generations has not been made known to the sons of men, as it has now been revealed to his holy apostles and prophets in [the power of the] Spirit,
World English Bible (WEB) which in other generations was not made known to the children of men, as it has now been revealed to his holy apostles and prophets in the Spirit;
Young's Literal Translation (YLT) which in other generations was not made known to the sons of men, as it was now revealed to His holy apostles and prophets in the Spirit --
Cross Reference Matthew 13:17 in Oriya 17 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହି ସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଶୁଣୁଅଛ, ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Luke 2:26 in Oriya 26 ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।
Luke 10:24 in Oriya 24 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହି ସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।
Luke 11:49 in Oriya 49 ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
John 14:26 in Oriya 26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
John 16:13 in Oriya 13 କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହି ସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
Acts 10:19 in Oriya 19 ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି।
Acts 10:28 in Oriya 28 ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୂଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ୱର ମୋତେ ଦେଖାଇଅଛନ୍ତି।
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
1 Corinthians 12:8 in Oriya 8 କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
Ephesians 2:20 in Oriya 20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;
Ephesians 3:9 in Oriya 9 ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
2 Timothy 1:10 in Oriya 10 କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
Titus 1:1 in Oriya 1 ପାଉଲ, ଇଶ୍ବରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ,
Hebrews 11:39 in Oriya 39 ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,
1 Peter 1:10 in Oriya 10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ।
2 Peter 3:2 in Oriya 2 ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥି ନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହି ସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।
Jude 1:17 in Oriya 17 କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁ ସବୁ କଥା କହିଅଛନ୍ତି, ସେହି ସବୁ ସ୍ମରଣ କର;