Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Other Translations King James Version (KJV) Unto me, who am less than the least of all saints, is this grace given, that I should preach among the Gentiles the unsearchable riches of Christ;
American Standard Version (ASV) Unto me, who am less than the least of all saints, was this grace given, to preach unto the Gentiles the unsearchable riches of Christ;
Bible in Basic English (BBE) To me, who am less than the least of all the saints, was this grace given, so that I might make clear to the Gentiles the good news of the unending wealth of Christ:
Darby English Bible (DBY) To me, less than the least of all saints, has this grace been given, to announce among the nations the glad tidings of the unsearchable riches of the Christ,
World English Bible (WEB) To me, the very least of all saints, was this grace given, to preach to the Gentiles the unsearchable riches of Christ,
Young's Literal Translation (YLT) to me -- the less than the least of all the saints -- was given this grace, among the nations to proclaim good news -- the untraceable riches of the Christ,
Cross Reference 1 Chronicles 17:16 in Oriya 16 ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର ! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ ?
1 Chronicles 29:14 in Oriya 14 ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
Psalm 31:19 in Oriya 19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ !
Proverbs 30:2 in Oriya 2 ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି, ମୋ'ଠାରେ ମନୁଷ୍ୟର ବିବେଚନା ନାହିଁ।
John 1:16 in Oriya 16 ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ।
Acts 5:41 in Oriya 41 ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
Acts 9:15 in Oriya 15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;
Romans 2:4 in Oriya 4 କିମ୍ବା ଇଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?
Romans 11:33 in Oriya 33 ଆହା ! ଇଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !
Romans 12:10 in Oriya 10 ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
Romans 15:15 in Oriya 15 ତଥାପି ମୋତେ ଇଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।
1 Corinthians 1:30 in Oriya 30 କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି।
1 Corinthians 2:9 in Oriya 9 କିନ୍ତୁ ଯେପରି ଲେଖା ଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
1 Corinthians 15:9 in Oriya 9 କାରଣ ଇଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
Galatians 1:16 in Oriya 16 ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋ'ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି
Galatians 2:8 in Oriya 8 (କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
Ephesians 1:7 in Oriya 7 ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
Ephesians 2:7 in Oriya 7 ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।
Ephesians 3:2 in Oriya 2 ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଇଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
Ephesians 3:16 in Oriya 16 ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
Ephesians 3:19 in Oriya 19 ଆଉ ସେହି ପ୍ରକାରେ ଇଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।
Philippians 2:3 in Oriya 3 ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
Philippians 4:19 in Oriya 19 ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।
Colossians 1:27 in Oriya 27 ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;
Colossians 2:1 in Oriya 1 କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;
1 Timothy 1:13 in Oriya 13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
1 Timothy 1:15 in Oriya 15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
1 Timothy 2:7 in Oriya 7 ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।
2 Timothy 1:11 in Oriya 11 ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।
Revelation 3:18 in Oriya 18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ।