Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Other Translations King James Version (KJV) This I say therefore, and testify in the Lord, that ye henceforth walk not as other Gentiles walk, in the vanity of their mind,
American Standard Version (ASV) This I say therefore, and testify in the Lord, that ye no longer walk as the Gentiles also walk, in the vanity of their mind,
Bible in Basic English (BBE) This I say, then, and give witness in the Lord, that you are to go no longer in the way of the Gentiles whose minds are turned to that which has no profit,
Darby English Bible (DBY) This I say therefore, and testify in [the] Lord, that ye should no longer walk as [the rest of] the nations walk in [the] vanity of their mind,
World English Bible (WEB) This I say therefore, and testify in the Lord, that you no longer walk as the rest of the Gentiles also walk, in the futility of their mind,
Young's Literal Translation (YLT) This, then, I say, and I testify in the Lord; ye are no more to walk, as also the other nations walk, in the vanity of their mind,
Cross Reference Nehemiah 9:29 in Oriya 29 ପୁଣି, ସେମାନଙ୍କୁ ପୁନର୍ବାର ଆପଣା ବ୍ୟବସ୍ଥାରୂପ ମାର୍ଗକୁ ଆଣିବା ନିମନ୍ତେ ସେମାନଙ୍କ ଚେତାବନୀ ଦେଲ; ତଥାପି ସେମାନେ ଗର୍ବାଚରଣ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଯାହା ପାଳନ କଲେ ମନୁଷ୍ୟ ବଞ୍ଚିବ, ତୁମ୍ଭର ସେହି ଶାସନ ବିରୁଦ୍ଧରେ ପାପ କଲେ, ପୁଣି ମନଯୋଗ କଲେ ନାହିଁ ଓ ଆପଣା ଆପଣା ମନ କଠିନ କଲେ ଓ ଶୁଣିବାକୁ ଅସମ୍ମତ ହେଲେ।
Nehemiah 13:15 in Oriya 15 ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମିରିଫଳ ଓ ସର୍ବପ୍ରକାର ବୋଝ ଯିରୁଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।
Psalm 94:8 in Oriya 8 ହେ ଲୋକଙ୍କ ମଧ୍ୟରେ ପଶୁବତ୍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ ?
Jeremiah 42:19 in Oriya 19 ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।
Acts 2:40 in Oriya 40 ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”
Acts 14:15 in Oriya 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଇଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
Acts 18:5 in Oriya 5 ଯେତେବେଳେ ଶୀଲା ଓ ତୀମଥି ମାକିଦନିଆରୁ ଆସିଲେ, ସେତେବେଳେ ପାଉଲ ବାକ୍ୟ ପ୍ରଚାରରେ ନିତାନ୍ତ ନିବିଷ୍ଟ ଥାଇ, ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯିହୂଦୀମାନଙ୍କ ନିକଟରେ ସାକ୍ଷ୍ୟ ଦେଉଥିଲେ।
Acts 20:21 in Oriya 21 ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଇଶ୍ବରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ।
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
Romans 1:23 in Oriya 23 ପୁଣି, ଅକ୍ଷୟ ଇଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।
1 Corinthians 1:12 in Oriya 12 ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର , ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
1 Corinthians 15:50 in Oriya 50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଇଶ୍ବରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।
2 Corinthians 9:6 in Oriya 6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
Galatians 3:17 in Oriya 17 ମୋହର ଭାବ ଏହି, ଯେଉଁ ନିୟମ ଇଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶି ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।
Galatians 5:3 in Oriya 3 ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ।
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Ephesians 1:22 in Oriya 22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Ephesians 4:22 in Oriya 22 ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
Colossians 2:4 in Oriya 4 କେହି ଯେପରି ତୁମ୍ଭମାନଙ୍କୁ ବାକ୍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।
Colossians 2:18 in Oriya 18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
1 Thessalonians 4:6 in Oriya 6 ପୁଣି, ଯେପରି କେହି ଏବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ।
1 Timothy 5:21 in Oriya 21 ଇଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
1 Timothy 6:13 in Oriya 13 ସମସ୍ତଙ୍କ ଜୀବନଦାତା ଇଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
2 Timothy 4:1 in Oriya 1 ମୁଁ ଇଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
1 Peter 1:18 in Oriya 18 ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;