Ephesians 4:18 in Oriya 18 ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି;
Other Translations King James Version (KJV) Having the understanding darkened, being alienated from the life of God through the ignorance that is in them, because of the blindness of their heart:
American Standard Version (ASV) being darkened in their understanding, alienated from the life of God, because of the ignorance that is in them, because of the hardening of their heart;
Bible in Basic English (BBE) Whose thoughts are dark, to whom the life of God is strange because they are without knowledge, and their hearts have been made hard;
Darby English Bible (DBY) being darkened in understanding, estranged from the life of God by reason of the ignorance which is in them, by reason of the hardness of their hearts,
World English Bible (WEB) being darkened in their understanding, alienated from the life of God, because of the ignorance that is in them, because of the hardening of their hearts;
Young's Literal Translation (YLT) being darkened in the understanding, being alienated from the life of God, because of the ignorance that is in them, because of the hardness of their heart,
Cross Reference Psalm 74:20 in Oriya 20 ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।
Psalm 115:4 in Oriya 4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Isaiah 44:18 in Oriya 18 ସେମାନେ ଜାଣନ୍ତି ନାହିଁ, କିଅବା ବିବେଚନା କରନ୍ତି ନାହିଁ, କାରଣ ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଓ ସେମାନେ ଯେପରି ବୁଝି ନ ପାରିବେ, ଏଥିପାଇଁ ସେମାନଙ୍କର ଚିତ୍ତ ସେ ମୁଦ୍ରିତ କରିଅଛନ୍ତି।
Isaiah 46:5 in Oriya 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ?
Daniel 5:20 in Oriya 20 ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
Matthew 13:15 in Oriya 15 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
Mark 3:5 in Oriya 5 ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ। ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।
John 12:40 in Oriya 40 ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Acts 26:17 in Oriya 17 ସ୍ୱଜାତି ଓ ଅଣଯିହୂଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଇଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
Romans 2:19 in Oriya 19 ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
Romans 8:7 in Oriya 7 ଯେଣୁ ଶାରୀରିକ ମନ ଇଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଇଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
1 Corinthians 1:21 in Oriya 21 କାରଣ ଇଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ।
2 Corinthians 3:14 in Oriya 14 କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Galatians 4:8 in Oriya 8 ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;
Ephesians 2:12 in Oriya 12 ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ଇସ୍ରାଏଲର ପ୍ରଜାସତ୍ୱରହିତ , ଭରସାହୀନ ଓ ଈଶ୍ୱର ବିହୀନ ହୋଇଥିଲ, ଏହା ସ୍ମରଣ କର।
Colossians 1:21 in Oriya 21 ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ୱରଙ୍କଠାରୁ ପୃଥକ୍ ଓ ମନରେ ତାହାଙ୍କର ଶତ୍ରୁ ଥିଲ,
1 Thessalonians 4:5 in Oriya 5 ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,
James 4:4 in Oriya 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଇଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।
1 John 2:11 in Oriya 11 କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁ ଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି।