Ephesians 4:28 in Oriya 28 ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥି ନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ।
Other Translations King James Version (KJV) Let him that stole steal no more: but rather let him labour, working with his hands the thing which is good, that he may have to give to him that needeth.
American Standard Version (ASV) Let him that stole steal no more: but rather let him labor, working with his hands the thing that is good, that he may have whereof to give to him that hath need.
Bible in Basic English (BBE) Let him who was a thief be so no longer, but let him do good work with his hands, so that he may have something to give to him who is in need.
Darby English Bible (DBY) Let the stealer steal no more, but rather let him toil, working what is honest with [his] hands, that he may have to distribute to him that has need.
World English Bible (WEB) Let him who stole steal no more; but rather let him labor, working with his hands the thing that is good, that he may have something to give to him who has need.
Young's Literal Translation (YLT) whoso is stealing let him no more steal, but rather let him labour, working the thing that is good with the hands, that he may have to impart to him having need.
Cross Reference Exodus 20:15 in Oriya 15 ତୁମ୍ଭେ ଚୋରି କରିବ ନାହିଁ।
Exodus 20:17 in Oriya 17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Exodus 21:16 in Oriya 16 ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
Job 34:32 in Oriya 32 ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯେବେ ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ ?
Proverbs 13:11 in Oriya 11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
Proverbs 14:23 in Oriya 23 ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
Proverbs 28:13 in Oriya 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
Proverbs 30:9 in Oriya 9 ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
Jeremiah 7:9 in Oriya 9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ,
Hosea 4:2 in Oriya 2 ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ।
Zechariah 5:3 in Oriya 3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”
Luke 3:8 in Oriya 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି।
Luke 3:10 in Oriya 10 ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କ'ଣ କରିବା ?
Luke 19:8 in Oriya 8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
Luke 21:1 in Oriya 1 ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ଦାନ ପକାଉଥିବା ଦେଖିଲେ।
John 12:6 in Oriya 6 ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା।
John 13:29 in Oriya 29 କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ।
Acts 20:34 in Oriya 34 ମୋର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୁରଣ ନିମନ୍ତେ ସେବା କରି ଆସୁଛି, ନିଜେ ଏହା ତୁମ୍ଭେମାନେ ଜାଣ।
Romans 12:13 in Oriya 13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
1 Corinthians 6:10 in Oriya 10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
2 Corinthians 8:2 in Oriya 2 ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।
2 Corinthians 8:12 in Oriya 12 କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
2 Corinthians 9:12 in Oriya 12 କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଇଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,
Galatians 6:10 in Oriya 10 ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
1 Thessalonians 4:11 in Oriya 11 ପୁଣି, ତୁମ୍ଭମାନଙ୍କୁ ଦିଆଯାଇଥିବା ଆମ୍ଭମାନଙ୍କର ଆଜ୍ଞାନୁସାରେ ତୁମ୍ଭେମାନେ ଯେପରି ଶାନ୍ତିରେ ବାସ କରି ଆପଣା ଆପଣା କାର୍ଯ୍ୟରେ ଲାଗିବାକୁ ଓ ନିଜ ନିଜ ହାତରେ କାର୍ଯ୍ୟ କରିବାକୁ ମର୍ଯ୍ୟାଦାର ବିଷୟ ମନେ କର, ଏଥି ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,
2 Thessalonians 3:6 in Oriya 6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।
2 Thessalonians 3:11 in Oriya 11 ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାର ଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ।
1 Timothy 6:18 in Oriya 18 ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;