Ephesians 5:27 in Oriya 27 ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି।
Other Translations King James Version (KJV) That he might present it to himself a glorious church, not having spot, or wrinkle, or any such thing; but that it should be holy and without blemish.
American Standard Version (ASV) that he might present the church to himself a glorious `church', not having spot or wrinkle or any such thing; but that it should be holy and without blemish.
Bible in Basic English (BBE) And might take it for himself, a church full of glory, not having one mark or fold or any such thing; but that it might be holy and complete.
Darby English Bible (DBY) that *he* might present the assembly to himself glorious, having no spot, or wrinkle, or any of such things; but that it might be holy and blameless.
World English Bible (WEB) that he might present the assembly to himself gloriously, not having spot or wrinkle or any such thing; but that it should be holy and without blemish.
Young's Literal Translation (YLT) that he might present it to himself the assembly in glory, not having spot or wrinkle, or any of such things, but that it may be holy and unblemished;
Cross Reference Psalm 45:13 in Oriya 13 ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
Psalm 87:3 in Oriya 3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। ସେଲା
Song of Solomon 4:7 in Oriya 7 ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ।
Isaiah 60:15 in Oriya 15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।
Isaiah 62:3 in Oriya 3 ଆହୁରି, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ ଓ ତୁମ୍ଭ ପରମେଶ୍ୱରଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
Jeremiah 33:9 in Oriya 9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।'”
2 Corinthians 4:14 in Oriya 14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ରହିବେ।
2 Corinthians 11:2 in Oriya 2 କାରଣ ଇଶ୍ବରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି।
Ephesians 1:4 in Oriya 4 ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
Colossians 1:22 in Oriya 22 କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;
Colossians 1:28 in Oriya 28 ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;
1 Thessalonians 5:23 in Oriya 23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !
Hebrews 12:22 in Oriya 22 କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଇଶ୍ବରଙ୍କ ନଗର, ଅର୍ଥାତ୍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
1 Peter 1:19 in Oriya 19 ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
2 Peter 3:14 in Oriya 14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
Jude 1:21 in Oriya 21 ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଇଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Revelation 7:9 in Oriya 9 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
Revelation 21:10 in Oriya 10 ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମକୁ ଦେଖାଇଲେ, ତାହା ସ୍ୱର୍ଗରୁ ଇଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଇଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା;