Ephesians 6:9 in Oriya 9 ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି, ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ।
Other Translations King James Version (KJV) And, ye masters, do the same things unto them, forbearing threatening: knowing that your Master also is in heaven; neither is there respect of persons with him.
American Standard Version (ASV) And, ye masters, do the same things unto them, and forbear threatening: knowing that he who is both their Master and yours is in heaven, and there is no respect of persons with him.
Bible in Basic English (BBE) And, you masters, do the same things to them, not making use of violent words: in the knowledge that their Master and yours is in heaven, and he has no respect for a man's position.
Darby English Bible (DBY) And, masters, do the same things towards them, giving up threatening, knowing that both their and your Master is in heaven, and there is no acceptance of persons with him.
World English Bible (WEB) You masters, do the same things to them, and give up threatening, knowing that he who is both their Master and yours is in heaven, and there is no partiality with him.
Young's Literal Translation (YLT) And the masters! the same things do ye unto them, letting threatening alone, having known that also your Master is in the heavens, and acceptance of persons is not with him.
Cross Reference Leviticus 19:13 in Oriya 13 ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
Leviticus 25:39 in Oriya 39 ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା ଦାସ ପରି ପରିଶ୍ରମ କରାଇବ ନାହିଁ।
Deuteronomy 10:17 in Oriya 17 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
Deuteronomy 15:11 in Oriya 11 କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।
Deuteronomy 24:14 in Oriya 14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।
1 Samuel 15:17 in Oriya 17 ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;
Nehemiah 5:5 in Oriya 5 ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।
Nehemiah 5:8 in Oriya 8 ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କ'ଣ ଆପଣା ଭାଇମାନଙ୍କୁ ବିକ୍ରି କରିବ ? ଓ ସେମାନେ କ'ଣ ଆମ୍ଭମାନଙ୍କ ନିକଟରେ ବିକାଯିବେ ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।
Job 24:10 in Oriya 10 ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;
Job 31:13 in Oriya 13 ମୋ' ଦାସ କି ଦାସୀ ମୋ' ସଙ୍ଗେ ବିରୋଧ କଲେ, ଯଦି ମୁଁ ସେମାନଙ୍କର ଗୁହାରି ତୁଚ୍ଛ କରିଥାଏ;
Psalm 140:12 in Oriya 12 ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ।
Ecclesiastes 5:8 in Oriya 8 ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Isaiah 58:3 in Oriya 3 ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
Daniel 3:6 in Oriya 6 ପୁଣି, ଯେକୌଣସି ଲୋକ ମୁହଁ ମାଡ଼ି ପ୍ରଣାମ ନ କରିବ, ସେ ସେହି ଦଣ୍ଡରେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ।
Daniel 3:15 in Oriya 15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ' ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରିବ ?
Daniel 5:19 in Oriya 19 ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।
Amos 8:4 in Oriya 4 ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 7:12 in Oriya 12 ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହି ସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର।
Matthew 22:8 in Oriya 8 ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।
Matthew 22:10 in Oriya 10 ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା।
Matthew 24:48 in Oriya 48 କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି
Matthew 24:51 in Oriya 51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Luke 6:31 in Oriya 31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର।
Luke 12:45 in Oriya 45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
John 13:13 in Oriya 13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।
Acts 10:34 in Oriya 34 ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,
Romans 2:11 in Oriya 11 କାରଣ ଇଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।
1 Corinthians 1:2 in Oriya 2 କରିନ୍ଥରେ ଥିବା ଇଶ୍ବରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
1 Corinthians 7:22 in Oriya 22 କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ।
Ephesians 6:5 in Oriya 5 ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
Philippians 2:10 in Oriya 10 ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ,
Colossians 3:25 in Oriya 25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।
James 2:8 in Oriya 8 ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ମୋଶାଙ୍କ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,
James 2:13 in Oriya 13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
James 5:4 in Oriya 4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।