Esther 1:4 in Oriya 4 ସେ ଆପଣା ପ୍ରତାପାନ୍ୱିତ ରାଜ୍ୟର ଧନ ଓ ଆପଣା ମହତ୍ତ୍ୱର ଶୋଭାର ଉତ୍କୃଷ୍ଟତା ଅନେକ ଦିନ, ଅର୍ଥାତ୍, ଏକ ଶତ ଅଶୀ ଦିନ ପର୍ଯ୍ୟନ୍ତ ପ୍ରଦର୍ଶନ କଲେ।
Other Translations King James Version (KJV) When he shewed the riches of his glorious kingdom and the honour of his excellent majesty many days, even an hundred and fourscore days.
American Standard Version (ASV) when he showed the riches of his glorious kingdom and the honor of his excellent majesty many days, even a hundred and fourscore days.
Bible in Basic English (BBE) And for a long time, even a hundred and eighty days, he let them see all the wealth and the glory of his kingdom and the great power and honour which were his.
Darby English Bible (DBY) when he shewed the glorious wealth of his kingdom and the splendid magnificence of his grandeur many days, a hundred and eighty days.
Webster's Bible (WBT) When he showed the riches of his glorious kingdom and the honor of his excellent majesty many days, even a hundred and eighty days.
World English Bible (WEB) when he shown the riches of his glorious kingdom and the honor of his excellent majesty many days, even one hundred eighty days.
Young's Literal Translation (YLT) in his shewing the wealth of the honour of his kingdom, and the glory of the beauty of his greatness, many days -- eighty and a hundred days.
Cross Reference 1 Chronicles 29:11 in Oriya 11 ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
1 Chronicles 29:25 in Oriya 25 ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।
Job 40:10 in Oriya 10 ତେବେ, ତୁମ୍ଭେ ପ୍ରାଧାନ୍ୟ ଓ ମହତ୍ତ୍ୱରେ ବିଭୂଷିତ ହୁଅ; ପୁଣି, ସମ୍ଭ୍ରମ ଓ ପ୍ରତାପ ପରିଧାନ କର।
Psalm 21:5 in Oriya 5 ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
Psalm 45:3 in Oriya 3 ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ଼ଗ୍, ଆପଣା ମହିମା ଓ ପ୍ରଭାବ ବାନ୍ଧ।
Psalm 76:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। ପରମେଶ୍ୱର ଯିହୂଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।
Psalm 93:1 in Oriya 1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧିଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
Psalm 145:5 in Oriya 5 ମୁଁ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ଓ ତୁମ୍ଭ ଆଶ୍ଚର୍ଯ୍ୟ-କ୍ରିୟାର ବିଷୟ ଧ୍ୟାନ କରିବି।
Psalm 145:12 in Oriya 12 ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।
Isaiah 39:2 in Oriya 2 ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧିଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।
Ezekiel 28:5 in Oriya 5 ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।
Daniel 2:37 in Oriya 37 ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
Daniel 4:30 in Oriya 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
Daniel 4:36 in Oriya 36 ସେହି ସମୟରେ ମୋ' ବୁଦ୍ଧି ମୋ' କତିକୁ ଫେରି ଆସିଲା ଓ ମୋ' ରାଜ୍ୟର ଗୌରବ ନିମନ୍ତେ ମୋର ପ୍ରତାପ ଓ ତେଜ ମୋ' କତିକୁ ଫେରି ଆସିଲା; ତହିଁରେ ମୋର ମନ୍ତ୍ରୀ ଓ ଅମାତ୍ୟଗଣ ମୋର ଅନ୍ୱେଷଣ କଲେ; ପୁଣି, ମୁଁ ଆପଣା ରାଜ୍ୟରେ ସ୍ଥାପିତ ହେଲି ଓ ମୋର ମହିମା ଅତିଶୟ ବୃଦ୍ଧି ପାଇଲା।
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Daniel 7:9 in Oriya 9 ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
Matthew 4:8 in Oriya 8 ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା,
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
Romans 9:23 in Oriya 23 ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ ?
Ephesians 1:18 in Oriya 18 ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,
Colossians 1:27 in Oriya 27 ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;
2 Peter 1:16 in Oriya 16 କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।
Revelation 4:11 in Oriya 11 ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ୱର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ ସେହି ସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।