Exodus 12:14 in Oriya 14 ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।
Other Translations King James Version (KJV) And this day shall be unto you for a memorial; and ye shall keep it a feast to the LORD throughout your generations; ye shall keep it a feast by an ordinance for ever.
American Standard Version (ASV) And this day shall be unto you for a memorial, and ye shall keep it a feast to Jehovah: throughout your generations ye shall keep it a feast by an ordinance for ever.
Bible in Basic English (BBE) And this day is to be kept in your memories: you are to keep it as a feast to the Lord through all your generations, as an order for ever.
Darby English Bible (DBY) And this day shall be unto you for a memorial; and ye shall celebrate it [as] a feast to Jehovah; throughout your generations [as] an ordinance for ever shall ye celebrate it.
Webster's Bible (WBT) And this day shall be to you for a memorial; and ye shall keep it a feast to the LORD throughout your generations: ye shall keep it a feast by an ordinance for ever.
World English Bible (WEB) This day shall be to you for a memorial, and you shall keep it a feast to Yahweh: throughout your generations you shall keep it a feast by an ordinance forever.
Young's Literal Translation (YLT) `And this day hath become to you a memorial, and ye have kept it a feast to Jehovah to your generations; -- a statute age-during; ye keep it a feast.
Cross Reference Exodus 5:1 in Oriya 1 ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।”
Exodus 12:17 in Oriya 17 ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।
Exodus 12:24 in Oriya 24 ପୁଣି, ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ।
Exodus 12:43 in Oriya 43 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ନିସ୍ତାର ପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ।
Exodus 13:9 in Oriya 9 ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
Leviticus 23:4 in Oriya 4 ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।
Numbers 10:8 in Oriya 8 ଆଉ ହାରୋଣର ପୁତ୍ର ଯାଜକମାନେ ସେହି ଦୁଇ ତୂରୀ ବଜାଇବେ; ପୁଣି, ତାହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।
Numbers 16:40 in Oriya 40 ମୋଶାଙ୍କ ଦ୍ୱାରା ସଦାପ୍ରଭୁ ଯେରୂପ କହିଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ, ଅର୍ଥାତ୍, ହାରୋଣ ବଂଶ ଭିନ୍ନ ଅନ୍ୟ ବଂଶୀୟ କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜାଳିବା ପାଇଁ ଯେପରି ନିକଟକୁ ନ ଯାଏ; ପୁଣି, କୋରହ ଓ ତାହାର ଦଳସ୍ଥ ଲୋକମାନଙ୍କ ପରି ନ ହୁଏ; ଏଥିପାଇଁ ଲୋକେ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ତାହାସବୁ ପିଟିଲେ।
Numbers 18:8 in Oriya 8 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ସକାଶୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ।
Deuteronomy 16:1 in Oriya 1 ଆବୀବ୍ ମାସକୁ ମାନ୍ୟ କର ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର; କାରଣ ଆବୀବ୍ ମାସରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ରାତ୍ରି କାଳରେ ମିସରରୁ ବାହାର କରି ଆଣିଲେ।
Deuteronomy 16:11 in Oriya 11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Joshua 4:7 in Oriya 7 ତୁମ୍ଭେମାନେ ସେମାନଙ୍କୁ କହିବ, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତ କାଳଯାଏ ସ୍ମରଣୀୟ ହେବ।
1 Samuel 30:25 in Oriya 25 ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।
2 Kings 23:21 in Oriya 21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”
Nehemiah 8:9 in Oriya 9 ପୁଣି, ଶାସନକର୍ତ୍ତା ନିହିମିୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜିଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ।
Psalm 111:4 in Oriya 4 ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇ ଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।
Psalm 135:13 in Oriya 13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।
Ezekiel 46:14 in Oriya 14 ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।
Zechariah 6:14 in Oriya 14 ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦାୟର, ଆଉ ସିଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ।
Matthew 26:13 in Oriya 13 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।
Luke 22:19 in Oriya 19 ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।
1 Corinthians 5:7 in Oriya 7 ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇ ପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।
1 Corinthians 11:23 in Oriya 23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,