Exodus 13:9 in Oriya 9 ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।
Other Translations King James Version (KJV) And it shall be for a sign unto thee upon thine hand, and for a memorial between thine eyes, that the LORD's law may be in thy mouth: for with a strong hand hath the LORD brought thee out of Egypt.
American Standard Version (ASV) And it shall be for a sign unto thee upon thy hand, and for a memorial between thine eyes, that the law of Jehovah may be in thy mouth: for with a strong hand hath Jehovah brought thee out of Egypt.
Bible in Basic English (BBE) And this will be for a sign to you on your hand and for a mark on your brow, so that the law of the Lord may be in your mouth: for with a strong hand the Lord took you out of Egypt.
Darby English Bible (DBY) And it shall be for a sign to thee on thy hand, and for a memorial between thine eyes, that the law of Jehovah may be in thy mouth; for with a powerful hand hath Jehovah brought thee out of Egypt.
Webster's Bible (WBT) And it shall be for a sign to thee upon thy hand, and for a memorial between thy eyes; that the LORD'S law may be in thy mouth: for with a strong hand hath the LORD brought thee out of Egypt.
World English Bible (WEB) It shall be for a sign to you on your hand, and for a memorial between your eyes, that the law of Yahweh may be in your mouth; for with a strong hand Yahweh has brought you out of Egypt.
Young's Literal Translation (YLT) and it hath been to thee for a sign on thy hand, and for a memorial between thine eyes, so that the law of Jehovah is in thy mouth, for by a strong hand hath Jehovah brought thee out from Egypt;
Cross Reference Exodus 6:1 in Oriya 1 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”
Exodus 12:14 in Oriya 14 ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।
Exodus 13:3 in Oriya 3 ଏଥିଉତ୍ତାରେ ମୋଶା ଲୋକମାନଙ୍କୁ କହିଲେ, “ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ଦାସଗୃହ ସ୍ୱରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ୱାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୁଟି ଭୋଜନ କରାଯିବ ନାହିଁ।
Exodus 13:16 in Oriya 16 ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ।”
Numbers 15:39 in Oriya 39 ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
Deuteronomy 6:6 in Oriya 6 ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।
Deuteronomy 6:8 in Oriya 8 ଆଉ ତୁମ୍ଭେ ଚିହ୍ନ ସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
Deuteronomy 11:18 in Oriya 18 ଏହେତୁ ତୁମ୍ଭେମାନେ ମୋହର ଏହି ସକଳ ବାକ୍ୟ ଆପଣା ଆପଣା ହୃଦୟରେ ଓ ଆପଣା ଆପଣା ପ୍ରାଣରେ ରଖିବ; ପୁଣି ତୁମ୍ଭେମାନେ ଚିହ୍ନ ସ୍ୱରୂପେ ଆପଣା ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭମାନଙ୍କ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
Deuteronomy 30:14 in Oriya 14 ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।
Joshua 1:8 in Oriya 8 ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
Nehemiah 1:10 in Oriya 10 ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ୍ ହସ୍ତ ଦ୍ୱାରା ମୁକ୍ତ କରିଅଛ।
Psalm 89:13 in Oriya 13 ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
Proverbs 1:9 in Oriya 9 ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।
Proverbs 3:21 in Oriya 21 ହେ ମୋହର ପୁତ୍ର, ଏହିସବୁ ତୁମ୍ଭ ଦୃଷ୍ଟିଗୋଚରରୁ ନ ଯାଉ, ତୁମ୍ଭେ ତତ୍ତ୍ୱଜ୍ଞାନ ଓ ପରିଣାମଦର୍ଶିତା ରକ୍ଷା କର।
Proverbs 6:20 in Oriya 20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
Proverbs 7:23 in Oriya 23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।
Song of Solomon 8:6 in Oriya 6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ୍; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।
Isaiah 27:1 in Oriya 1 ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ଼୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।
Isaiah 40:10 in Oriya 10 ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।
Isaiah 49:16 in Oriya 16 ଦେଖ, ଆମ୍ଭେ ଆପଣା ହସ୍ତଦ୍ୱୟର ପାପୁଲିରେ ତୁମ୍ଭର ଆକୃତି ଲେଖିଅଛୁ; ତୁମ୍ଭର ପ୍ରାଚୀର ସର୍ବଦା ଆମ୍ଭ ସମ୍ମୁଖରେ ଅଛି।
Isaiah 51:9 in Oriya 9 ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?
Isaiah 59:21 in Oriya 21 ନିଜ ବିଷୟରେ ସଦାପ୍ରଭୁ କହନ୍ତି, “ସେମାନଙ୍କ ସହିତ ଆମ୍ଭର ନିୟମ ଏହି, ଆମ୍ଭର ଯେଉଁ ଆତ୍ମା ତୁମ୍ଭ ଉପରେ ଅଧିଷ୍ଠାନ କରନ୍ତି ଓ ଆମ୍ଭର ଯେସକଳ ବାକ୍ୟ ଆମ୍ଭେ ତୁମ୍ଭ ମୁଖରେ ରଖିଅଛୁ, ତାହା ତୁମ୍ଭ ମୁଖରୁ ଓ ତୁମ୍ଭ ବଂଶ ମୁଖରୁ ଓ ତୁମ୍ଭ ବଂଶୋତ୍ପନ୍ନ ବଂଶର ମୁଖରୁ ଆଜିଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ଦୂର କରାଯିବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Jeremiah 22:24 in Oriya 24 ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
Joel 2:11 in Oriya 11 ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ୍। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ ?
Matthew 23:5 in Oriya 5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
Romans 10:8 in Oriya 8 କିନ୍ତୁ ତାହା କ'ଣ କହେ ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।”
Revelation 18:8 in Oriya 8 ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ୱର ଶକ୍ତିମାନ।