Cross Reference Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Genesis 28:21 in Oriya 21 ଆଉ ଯଦି ମୁଁ କୁଶଳରେ ପିତୃଗୃହକୁ ପୁନର୍ବାର ଆସିବି, ତେବେ ସଦାପ୍ରଭୁ ମୋହର ପରମେଶ୍ୱର ହେବେ,
Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Exodus 3:15 in Oriya 15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
Exodus 4:22 in Oriya 22 ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
Exodus 14:13 in Oriya 13 ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପ୍ରକାରେ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସ୍ରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତ କାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।”
Exodus 40:34 in Oriya 34 ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
Deuteronomy 10:21 in Oriya 21 ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହିସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।
2 Samuel 7:5 in Oriya 5 “ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି,' ତୁମ୍ଭେ କି ଆମ୍ଭ ନିମନ୍ତେ ବସତିଗୃହ ନିର୍ମାଣ କରିବ ?
2 Samuel 22:47 in Oriya 47 ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋ' ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
2 Samuel 22:51 in Oriya 51 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତ କାଳ ଦୟା ପ୍ରକାଶ କରନ୍ତି।”
1 Kings 8:13 in Oriya 13 ମୁଁ ନିଶ୍ଚୟ ତୁମ୍ଭ ପାଇଁ ଏକ ବସତିଗୃହ, ତୁମ୍ଭର ଅନନ୍ତ କାଳ ବାସ ନିମନ୍ତେ ଏକ ସ୍ଥାନ ନିର୍ମାଣ କରିଅଛି।”
1 Kings 8:27 in Oriya 27 ମାତ୍ର, ପରମେଶ୍ୱର କ'ଣ ପୃଥିବୀରେ ନିତାନ୍ତ ବାସ କରିବେ ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋ' ନିର୍ମିତ ଏହି ଗୃହ କ'ଣ ପାରିବ ?
Psalm 18:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।
Psalm 18:46 in Oriya 46 ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
Psalm 22:3 in Oriya 3 ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ।
Psalm 22:10 in Oriya 10 ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ।
Psalm 27:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ' ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
Psalm 28:8 in Oriya 8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।
Psalm 30:1 in Oriya 1 ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ହେ ସଦାପ୍ରଭୁ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋ' ଶତ୍ରୁଗଣକୁ ମୋ' ଉପରେ ଆନନ୍ଦ କରିବାକୁ ଦେଇ ନାହଁ।
Psalm 34:3 in Oriya 3 ଆହେ, ମୋ' ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ।
Psalm 59:17 in Oriya 17 ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।
Psalm 62:6 in Oriya 6 କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
Psalm 68:20 in Oriya 20 ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।
Psalm 99:5 in Oriya 5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।
Psalm 99:9 in Oriya 9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।
Psalm 109:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ମୋହର ପ୍ରଶଂସାପାତ୍ର ପରମେଶ୍ୱର, ନୀରବ ହୁଅ ନାହିଁ;
Psalm 118:14 in Oriya 14 ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।
Psalm 118:28 in Oriya 28 ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; ତୁମ୍ଭେ ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି।
Psalm 132:5 in Oriya 5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
Psalm 140:7 in Oriya 7 ହେ ମୋ' ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ' ମସ୍ତକ ଆଚ୍ଛାଦନ କରିଅଛ।
Psalm 145:1 in Oriya 1 ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 25:1 in Oriya 1 ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।
Isaiah 45:17 in Oriya 17 ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Isaiah 66:1 in Oriya 1 ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ ?
Jeremiah 3:23 in Oriya 23 ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Jeremiah 32:38 in Oriya 38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
Habakkuk 3:17 in Oriya 17 କାରଣ ଯଦ୍ୟପି ଡିମିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Luke 1:77 in Oriya 77 କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,
Luke 2:30 in Oriya 30 କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
John 4:22 in Oriya 22 ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୂଦୀମାନଙ୍କ ମଧ୍ୟରୁ ଆସେ।
John 5:23 in Oriya 23 ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।
Acts 4:12 in Oriya 12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।
2 Corinthians 5:19 in Oriya 19 ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
Ephesians 2:22 in Oriya 22 ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଇଶ୍ବରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।
Philippians 2:11 in Oriya 11 ପୁଣି, ପିତା ଇଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
Philippians 4:13 in Oriya 13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ।
Colossians 2:9 in Oriya 9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
Revelation 5:9 in Oriya 9 ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଇଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Revelation 19:1 in Oriya 1 ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,