Exodus 15:7 in Oriya 7 ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।
Other Translations King James Version (KJV) And in the greatness of thine excellency thou hast overthrown them that rose up against thee: thou sentest forth thy wrath, which consumed them as stubble.
American Standard Version (ASV) And in the greatness of thine excellency thou overthrowest them that rise up against thee: Thou sendest forth thy wrath, it consumeth them as stubble.
Bible in Basic English (BBE) When you are lifted up in power, all those who come against you are crushed: when you send out your wrath, they are burned up like dry grass.
Darby English Bible (DBY) And by the greatness of thine excellency thou hast overthrown thine adversaries: Thou sentest forth thy burning wrath, it consumed them as stubble.
Webster's Bible (WBT) And in the greatness of thy excellence thou hast overthrown them that rose up against thee: thou sentest forth thy wrath, which consumed them as stubble.
World English Bible (WEB) In the greatness of your excellency, you overthrow those who rise up against you: You send forth your wrath. It consumes them as stubble.
Young's Literal Translation (YLT) And in the abundance of Thine excellency Thou throwest down Thy withstanders, Thou sendest forth Thy wrath -- It consumeth them as stubble.
Cross Reference Exodus 9:16 in Oriya 16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
Deuteronomy 33:26 in Oriya 26 ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।
Psalm 59:13 in Oriya 13 ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। ସେଲା
Psalm 68:33 in Oriya 33 ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।
Psalm 78:49 in Oriya 49 ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
Psalm 83:13 in Oriya 13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
Psalm 148:13 in Oriya 13 ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।
Isaiah 5:16 in Oriya 16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
Isaiah 5:24 in Oriya 24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
Isaiah 37:17 in Oriya 17 ହେ ସଦାପ୍ରଭୁ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୁ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହିସବୁ କଥା ଶୁଣ।
Isaiah 37:23 in Oriya 23 ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।
Isaiah 37:29 in Oriya 29 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏଥିପାଇଁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ ଓ ତୁମ୍ଭ ଓଷ୍ଠରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।”
Isaiah 37:36 in Oriya 36 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।
Isaiah 37:38 in Oriya 38 ଏଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ଅଦ୍ରମ୍ମେଲକ୍ ଓ ଶରେତ୍ସର ନାମକ ତାହାର ଦୁଇ ପୁତ୍ର ତାହାକୁ ଖଡ଼୍ଗରେ ବଧ କଲେ। ତହୁଁ ସେମାନେ ଅରାରଟ ଦେଶକୁ ପଳାୟନ କଲେ। ପୁଣି, ତାହାର ପୁତ୍ର ଏସର୍ହଦ୍ଦୋନ ତାହାର ପଦରେ ରାଜ୍ୟ କଲା।
Isaiah 47:14 in Oriya 14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।
Jeremiah 10:6 in Oriya 6 ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।
Micah 4:11 in Oriya 11 ପୁଣି, ବର୍ତ୍ତମାନ ଅନେକ ଗୋଷ୍ଠୀ ତୁମ୍ଭ ବିରୁଦ୍ଧରେ ଏକତ୍ରିତ ହୋଇଅଛନ୍ତି, ସେମାନେ କହନ୍ତି, ସେ ଅଶୁଚି ହେଉ ଓ ଆମ୍ଭମାନଙ୍କର ଚକ୍ଷୁ ତହିଁର ଅଭିଳାଷ ସିୟୋନ ପ୍ରତି ସଫଳ ହେବାର ଦେଖୁ।
Nahum 1:9 in Oriya 9 ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ୱିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ।
Zechariah 2:8 in Oriya 8 କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ତାହାଙ୍କ ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।”
Zechariah 14:3 in Oriya 3 ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।
Zechariah 14:8 in Oriya 8 ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 3:12 in Oriya 12 ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”
Acts 9:4 in Oriya 4 ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?