Exodus 17:2 in Oriya 2 ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋ' ସଙ୍ଗରେ କାହିଁକି ବିବାଦ କର ? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର ?”
Other Translations King James Version (KJV) Wherefore the people did chide with Moses, and said, Give us water that we may drink. And Moses said unto them, Why chide ye with me? wherefore do ye tempt the LORD?
American Standard Version (ASV) Wherefore the people stove with Moses, and said, Give us water that we may drink. And Moses said unto them, Why strive ye with me? Wherefore do ye tempt Jehovah?
Bible in Basic English (BBE) So the people were angry with Moses, and said, Give us water for drinking. And Moses said, Why are you angry with me? and why do you put God to the test?
Darby English Bible (DBY) And the people contended with Moses, and said, Give us water, that we may drink! And Moses said to them, Why do ye dispute with me? Why do ye tempt Jehovah?
Webster's Bible (WBT) Wherefore the people contended with Moses, and said, Give us water that we may drink. And Moses said to them, Why chide you with me? why do ye tempt the LORD?
World English Bible (WEB) Therefore the people quarreled with Moses, and said, "Give us water to drink." Moses said to them, "Why do you quarrel with me? Why do you test Yahweh?"
Young's Literal Translation (YLT) and the people strive with Moses, and say, `Give us water, and we drink.' And Moses saith to them, `What? -- ye strive with me, what? -- ye try Jehovah?'
Cross Reference Genesis 30:1 in Oriya 1 ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”
Exodus 5:21 in Oriya 21 ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ଼୍ଗ ଦେଲ।”
Exodus 14:11 in Oriya 11 ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ ?
Exodus 15:24 in Oriya 24 ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା ?”
Exodus 16:2 in Oriya 2 ସେତେବେଳେ ଇସ୍ରାଏଲ-ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।
Exodus 17:7 in Oriya 7 ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବା ରଖିଲେ।”
Numbers 11:4 in Oriya 4 ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?
Numbers 14:2 in Oriya 2 ପୁଣି, ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ଡଳୀ ସେମାନଙ୍କ ଆଗରେ କହିଲେ, “ଆହା, ଆମ୍ଭେମାନେ ମିସର ଦେଶରେ ନଚେତ୍ ଏହି ପ୍ରାନ୍ତରରେ ମରିଥା'ନ୍ତୁ ! ଆହା, ଆମ୍ଭେମାନେ ଯଦି ଏହି ପ୍ରାନ୍ତରରେ ମରିଥା'ନ୍ତୁ !
Numbers 14:22 in Oriya 22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
Numbers 20:2 in Oriya 2 ଆଉ ସେହି ସ୍ଥାନରେ ମଣ୍ଡଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ।
Numbers 21:5 in Oriya 5 ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
Deuteronomy 6:16 in Oriya 16 ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।
1 Samuel 8:6 in Oriya 6 ମାତ୍ର ଆମ୍ଭମାନଙ୍କର ବିଚାର କରିବା ପାଇଁ ଆମ୍ଭମାନଙ୍କୁ ଏକ ରାଜା ଦିଅ, ସେମାନେ ଏହି କଥା କହିବା ବେଳେ ଶାମୁୟେଲଙ୍କର ଦୃଷ୍ଟିରେ ତାହା ମନ୍ଦ ବୋଧ ହେଲା। ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
Psalm 78:18 in Oriya 18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
Psalm 78:41 in Oriya 41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମ ସ୍ୱରୂପଙ୍କୁ ବିରକ୍ତ କଲେ।
Psalm 78:56 in Oriya 56 ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
Psalm 95:9 in Oriya 9 ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।
Psalm 106:14 in Oriya 14 ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।
Isaiah 7:12 in Oriya 12 ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
Malachi 3:15 in Oriya 15 ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।
Matthew 4:7 in Oriya 7 ଯୀଶୁ ତାହାଙ୍କୁ କହିଲେ, ଆହୁରି ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।
Matthew 16:1 in Oriya 1 ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।
Luke 4:12 in Oriya 12 ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।
Luke 15:12 in Oriya 12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ।
Acts 5:9 in Oriya 9 ସେଥିରେ ପିତର ତାହାକୁ କହିଲେ, “ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ” ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।
Acts 15:10 in Oriya 10 ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଇଶ୍ବରଙ୍କ ପରୀକ୍ଷା କରୁଅଛନ୍ତି ?
1 Corinthians 10:9 in Oriya 9 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।
Hebrews 3:9 in Oriya 9 ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।