Exodus 18:1 in Oriya 1 ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ।
Other Translations King James Version (KJV) When Jethro, the priest of Midian, Moses' father in law, heard of all that God had done for Moses, and for Israel his people, and that the LORD had brought Israel out of Egypt;
American Standard Version (ASV) Now Jethro, the priest of Midian, Moses' father-in-law, heard of all that God had done for Moses, and for Israel his people, how that Jehovah had brought Israel out of Egypt.
Bible in Basic English (BBE) Now news came to Jethro, the priest of Midian, Moses' father-in-law, of all God had done for Moses and for Israel his people, and how the Lord had taken Israel out of Egypt.
Darby English Bible (DBY) And Jethro the priest of Midian, Moses' father-in-law, heard of all that God had done to Moses, and to Israel his people; that Jehovah had brought Israel out of Egypt.
Webster's Bible (WBT) When Jethro the priest of Midian, Moses's father-in-law, heard of all that God had done for Moses, and for Israel his people, and that the LORD had brought Israel out of Egypt:
World English Bible (WEB) Now Jethro, the priest of Midian, Moses' father-in-law, heard of all that God had done for Moses, and for Israel his people, how that Yahweh had brought Israel out of Egypt.
Young's Literal Translation (YLT) And Jethro priest of Midian, father-in-law of Moses, heareth all that God hath done for Moses, and for Israel his people, that Jehovah hath brought out Israel from Egypt,
Cross Reference Exodus 2:16 in Oriya 16 ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।
Exodus 2:18 in Oriya 18 ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ ?”
Exodus 2:21 in Oriya 21 ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା।
Exodus 3:1 in Oriya 1 ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉ ଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ଭାଗରେ ମେଷପଲ ଘେନି ହୋରେବ୍ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
Exodus 4:18 in Oriya 18 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରି ଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”
Exodus 7:1 in Oriya 1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ।
Numbers 10:29 in Oriya 29 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ମିଦୀୟନୀୟ ରୁୟେଲର ପୁତ୍ର ହୋବବକୁ କହିଲେ, “ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ କହିଅଛନ୍ତି, ଆମ୍ଭେ ତାହା ତୁମ୍ଭମାନଙ୍କୁ ଦେବା, ସେହି ସ୍ଥାନକୁ ଆମ୍ଭେମାନେ ଯାତ୍ରା କରୁଅଛୁ; ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆସ, ତହିଁରେ ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା; କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ-କଥା କହିଅଛନ୍ତି।”
Joshua 2:10 in Oriya 10 କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସମୁଦ୍ରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ୍ ଓ ଓଗ୍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;
Joshua 9:9 in Oriya 9 ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”
Judges 4:11 in Oriya 11 ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍ର ସନ୍ତାନମାନଙ୍କଠାରୁ ପୃଥକ୍ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ୍ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।
Nehemiah 9:10 in Oriya 10 ପୁଣି, ଫାରୋ ଓ ତାହାର ସମସ୍ତ ଦାସ ଓ ତାହାର ଦେଶସ୍ଥ ସମୁଦାୟ ଲୋକଙ୍କ ପ୍ରତି ନାନା ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ପ୍ରକାଶ କଲ; କାରଣ ମିସ୍ରୀୟମାନେ ସେମାନଙ୍କ ବିରୁଦ୍ଧରେ ଗର୍ବାଚରଣ କରିବାର ତୁମ୍ଭେ ଜାଣିଲ; ଏଣୁ ତୁମ୍ଭେ ଆଜି ପର୍ଯ୍ୟନ୍ତ ଆପଣା ନାମ ପ୍ରସିଦ୍ଧ କରିଅଛ।
Psalm 34:2 in Oriya 2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
Psalm 44:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହସନ୍ତାନଗଣର ଗୀତ। ମସ୍କିଲ୍। ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Psalm 77:14 in Oriya 14 ତୁମ୍ଭେ ଆଶ୍ଚର୍ଯ୍ୟକର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
Psalm 78:4 in Oriya 4 ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା।
Psalm 78:50 in Oriya 50 ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
Psalm 105:5 in Oriya 5 ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ,
Psalm 105:36 in Oriya 36 ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।
Psalm 105:43 in Oriya 43 ପୁଣି, ସେ ଆପଣା ଲୋକମାନଙ୍କୁ ଆନନ୍ଦ ସହିତ ଓ ଆପଣା ମନୋନୀତମାନଙ୍କୁ ଗାୟନ ସହିତ ବାହାର କରି ଆଣିଲେ।
Psalm 106:2 in Oriya 2 ସଦାପ୍ରଭୁଙ୍କ ବିକ୍ରମର କାର୍ଯ୍ୟସବୁ କିଏ ବର୍ଣ୍ଣନା କରିପାରେ ? ଓ ତାହାଙ୍କ ପ୍ରଶଂସାସବୁ କିଏ ପ୍ରକାଶ କରିପାରେ ?
Psalm 106:8 in Oriya 8 ତେବେ ହେଁ ସେ ଆପଣା ମହାପରାକ୍ରମର ପରିଚୟ ଦେବା ନିମନ୍ତେ ଆପଣା ନାମ ସକାଶୁ ସେମାନଙ୍କୁ ପରିତ୍ରାଣ କଲେ।
Psalm 136:10 in Oriya 10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Isaiah 63:11 in Oriya 11 ସେତେବେଳେ ସେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,
Jeremiah 33:9 in Oriya 9 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।'”
Zechariah 8:23 in Oriya 23 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।'”
Acts 7:35 in Oriya 35 କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।
Acts 14:27 in Oriya 27 ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ।
Acts 15:12 in Oriya 12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।
Acts 21:19 in Oriya 19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
Romans 15:18 in Oriya 18 କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।
Galatians 1:23 in Oriya 23 ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି;