Exodus 19:18 in Oriya 18 ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।
Other Translations King James Version (KJV) And mount Sinai was altogether on a smoke, because the LORD descended upon it in fire: and the smoke thereof ascended as the smoke of a furnace, and the whole mount quaked greatly.
American Standard Version (ASV) And mount Sinai, the whole of it, smoked, because Jehovah descended upon it in fire; and the smoke thereof ascended as the smoke of a furnace, and the whole mount quaked greatly.
Bible in Basic English (BBE) And all the mountain of Sinai was smoking, for the Lord had come down on it in fire: and the smoke of it went up like the smoke of a great burning; and all the mountain was shaking.
Darby English Bible (DBY) And the whole of mount Sinai smoked, because Jehovah descended on it in fire; and its smoke ascended as the smoke of a furnace; and the whole mountain shook greatly.
Webster's Bible (WBT) And mount Sinai was altogether in a smoke, because the LORD descended upon it in fire: and the smoke of it ascended as the smoke of a furnace, and the whole mount trembled greatly.
World English Bible (WEB) Mount Sinai, the whole of it, smoked, because Yahweh descended on it in fire; and its smoke ascended like the smoke of a furnace, and the whole mountain quaked greatly.
Young's Literal Translation (YLT) and mount Sinai `is' wholly a smoke from the presence of Jehovah, who hath come down on it in fire, and its smoke goeth up as smoke of the furnace, and the whole mount trembleth exceedingly;
Cross Reference Genesis 15:17 in Oriya 17 ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା।
Genesis 19:28 in Oriya 28 ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟୀର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।
Exodus 3:2 in Oriya 2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
Exodus 19:13 in Oriya 13 କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”
Exodus 20:18 in Oriya 18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
Exodus 24:17 in Oriya 17 ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।
Deuteronomy 4:11 in Oriya 11 ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା।
Deuteronomy 5:22 in Oriya 22 ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ୱରରେ କହିଲେ, “ଆଉ କିଛି କହିଲେ ନାହିଁ। ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ଡ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।”
Deuteronomy 33:2 in Oriya 2 ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”
Judges 5:5 in Oriya 5 ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତମାନ କମ୍ପମାନ୍ ହେଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ସୀନୟ ମଧ୍ୟ (କମ୍ପମାନ୍ ହେଲା)
1 Kings 19:11 in Oriya 11 ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
2 Chronicles 7:1 in Oriya 1 ଶଲୋମନ ପ୍ରାର୍ଥନା କରିବାର ସମାପ୍ତ କରନ୍ତେ, ଆକାଶରୁ ଅଗ୍ନି ଓହ୍ଲାଇ ଆସି ହୋମ ଓ ବଳିଦାନ ସବୁକୁ ଗ୍ରାସ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
Psalm 68:7 in Oriya 7 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, ସେଲା
Psalm 77:18 in Oriya 18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
Psalm 104:32 in Oriya 32 ସେ ପୃଥିବୀକୁ ଅନାଇଲେ, ତାହା କମ୍ପିତ ହୁଏ, ସେ ପର୍ବତଗଣକୁ ଛୁଇଁଲେ, ସେମାନେ ଧୂମ ଉଦ୍ଗାର କରନ୍ତି।
Psalm 114:7 in Oriya 7 ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;
Psalm 144:5 in Oriya 5 ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।
Isaiah 6:4 in Oriya 4 ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ଗୃହ ଧୂମରେ ପରିପୂର୍ଣ୍ଣ ହେଲା।
Jeremiah 4:24 in Oriya 24 ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।
Nahum 1:5 in Oriya 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Zechariah 14:5 in Oriya 5 ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ' ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।
Matthew 24:7 in Oriya 7 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Hebrews 12:18 in Oriya 18 କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,
Hebrews 12:26 in Oriya 26 ସେତେବେଳେ ତାହାଙ୍କ ସ୍ୱର ପୃଥିବୀକି ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ସୁଦ୍ଧା କମ୍ପାଇବା।
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
Revelation 15:8 in Oriya 8 ଆଉ ଇଶ୍ବରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ।