Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Other Translations King James Version (KJV) Now therefore, if ye will obey my voice indeed, and keep my covenant, then ye shall be a peculiar treasure unto me above all people: for all the earth is mine:
American Standard Version (ASV) Now therefore, if ye will obey my voice indeed, and keep my covenant, then ye shall be mine own possession from among all peoples: for all the earth is mine:
Bible in Basic English (BBE) If now you will truly give ear to my voice and keep my agreement, you will be my special property out of all the peoples: for all the earth is mine:
Darby English Bible (DBY) And now, if ye will hearken to my voice indeed and keep my covenant, then shall ye be my own possession out of all the peoples -- for all the earth is mine --
Webster's Bible (WBT) Now therefore, if ye will obey my voice indeed, and keep my covenant, then ye shall be a peculiar treasure to me above all people: for all the earth is mine:
World English Bible (WEB) Now therefore, if you will indeed obey my voice, and keep my covenant, then you shall be my own possession from among all peoples; for all the earth is mine;
Young's Literal Translation (YLT) `And now, if ye really hearken to My voice, then ye have kept My covenant, and been to Me a peculiar treasure more than all the peoples, for all the earth `is' Mine;
Cross Reference Exodus 9:29 in Oriya 29 ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।
Exodus 15:26 in Oriya 26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
Exodus 23:22 in Oriya 22 ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ହେବା।
Exodus 24:7 in Oriya 7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
Deuteronomy 4:20 in Oriya 20 ମାତ୍ର ତୁମ୍ଭେମାନେ ଆଜି ଦିନ ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
Deuteronomy 5:2 in Oriya 2 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।
Deuteronomy 7:6 in Oriya 6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 10:14 in Oriya 14 ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।
Deuteronomy 11:27 in Oriya 27 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ଆଜି ମୁଁ ତୁମ୍ଭମାନଙ୍କୁ ଦେଉଅଛି, ତାହାସବୁ ଯଦି ଶୁଣିବ, ତେବେ ଆଶୀର୍ବାଦ।
Deuteronomy 14:2 in Oriya 2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 14:21 in Oriya 21 ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରି ପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।
Deuteronomy 26:18 in Oriya 18 ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;
Deuteronomy 28:1 in Oriya 1 ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।
Deuteronomy 32:8 in Oriya 8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
Joshua 24:24 in Oriya 24 ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।
1 Samuel 15:22 in Oriya 22 ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
1 Kings 8:53 in Oriya 53 କାରଣ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ୍ କରିଅଛ।”
Job 41:11 in Oriya 11 କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା ? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।
Psalm 24:1 in Oriya 1 ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
Psalm 25:10 in Oriya 10 ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
Psalm 50:11 in Oriya 11 ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
Psalm 103:17 in Oriya 17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
Psalm 135:4 in Oriya 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
Song of Solomon 8:12 in Oriya 12 ମୋହର ଦ୍ରାକ୍ଷାକ୍ଷେତ୍ର ମୋ' ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।
Isaiah 1:19 in Oriya 19 ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
Isaiah 41:8 in Oriya 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Isaiah 43:1 in Oriya 1 ମାତ୍ର ହେ ଯାକୁବ, ଯେ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏବେ ଏହି କଥା କହନ୍ତି; ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ; ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଆହ୍ୱାନ କରିଅଛୁ, ତୁମ୍ଭେ ଆମ୍ଭର।
Isaiah 56:4 in Oriya 4 କାରଣ, ନପୁଂସକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁମାନେ ଆମ୍ଭର ବିଶ୍ରାମଦିନ ପାଳନ କରନ୍ତି ଓ ଆମ୍ଭର ତୁଷ୍ଟିକର ବିଷୟ ମନୋନୀତ କରନ୍ତି ଓ ଆମ୍ଭର ନିୟମ ଅବଲମ୍ବନ କରନ୍ତି;
Jeremiah 7:23 in Oriya 23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।'
Jeremiah 10:16 in Oriya 16 ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
Jeremiah 11:4 in Oriya 4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,
Jeremiah 31:31 in Oriya 31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି;
Daniel 4:34 in Oriya 34 ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ' କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।
Malachi 3:17 in Oriya 17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।”
1 Corinthians 10:26 in Oriya 26 କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।
1 Corinthians 10:28 in Oriya 28 କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
Titus 2:14 in Oriya 14 ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।
Hebrews 11:8 in Oriya 8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।