Exodus 20:17 in Oriya 17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Other Translations King James Version (KJV) Thou shalt not covet thy neighbor's house, thou shalt not covet thy neighbor's wife, nor his manservant, nor his maidservant, nor his ox, nor his ass, nor any thing that is thy neighbor's.
American Standard Version (ASV) Thou shalt not covet thy neighbor's house, thou shalt not covet thy neighbor's wife, nor his man-servant, nor his maid-servant, nor his ox, nor his ass, nor anything that is thy neighbor's.
Bible in Basic English (BBE) Let not your desire be turned to your neighbour's house, or his wife or his man-servant or his woman-servant or his ox or his ass or anything which is his.
Darby English Bible (DBY) Thou shalt not desire thy neighbour's house, thou shalt not desire thy neighbour's wife, nor his bondman, nor his handmaid, nor his ox, nor his ass, nor anything that is thy neighbour's.
Webster's Bible (WBT) Thou shalt not covet thy neighbor's house, thou shalt not covet thy neighbor's wife, nor his man-servant, nor his maid-servant, nor his ox, nor his ass, nor any thing that is thy neighbor's.
World English Bible (WEB) "You shall not covet your neighbor's house. You shall not covet your neighbor's wife, nor his man-servant, nor his maid-servant, nor his ox, nor his donkey, nor anything that is your neighbor's."
Young's Literal Translation (YLT) `Thou dost not desire the house of thy neighbour, thou dost not desire the wife of thy neighbour, or his man-servant, or his handmaid, or his ox, or his ass, or anything which `is' thy neighbour's.'
Cross Reference Genesis 3:6 in Oriya 6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
Genesis 14:23 in Oriya 23 ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ।
Genesis 34:23 in Oriya 23 ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।”
Joshua 7:21 in Oriya 21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋ' ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।
1 Samuel 15:19 in Oriya 19 ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ ?
2 Samuel 11:2 in Oriya 2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।
Job 31:1 in Oriya 1 ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି ?
Job 31:9 in Oriya 9 ଯେବେ ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;
Psalm 10:3 in Oriya 3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।
Psalm 119:36 in Oriya 36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋ' ଚିତ୍ତର ସ୍ନେହ ଜନ୍ମାଅ।
Proverbs 4:23 in Oriya 23 ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
Proverbs 6:24 in Oriya 24 ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।
Ecclesiastes 4:8 in Oriya 8 କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
Ecclesiastes 5:10 in Oriya 10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
Isaiah 33:15 in Oriya 15 ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
Isaiah 57:17 in Oriya 17 ଆମ୍ଭେ ତାହାର ଲୋଭରୂପ ଅପରାଧ ହେତୁ କ୍ରୁଦ୍ଧ ହୋଇ ତାହାକୁ ଆଘାତ କଲୁ, ଆମ୍ଭେ ଆପଣା ମୁଖ ଲୁଚାଇ କ୍ରୁଦ୍ଧ ହେଲୁ, ତହିଁରେ ସେ ଅବାଧ୍ୟ ହୋଇ ଆପଣା ମନର ମାର୍ଗରେ ଚାଲିଲା।
Jeremiah 5:8 in Oriya 8 ସେମାନେ ପ୍ରଭାତରେ ସୁପୋଷିତ ଅଶ୍ୱ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ।
Jeremiah 22:17 in Oriya 17 ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।
Ezekiel 33:31 in Oriya 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Amos 2:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Micah 2:2 in Oriya 2 ଆଉ, ସେମାନେ କ୍ଷେତ୍ରକୁ ଲୋଭ କରନ୍ତି ଓ ବଳରେ ତାହା ଛଡ଼ାଇ ନିଅନ୍ତି ଓ ଗୃହକୁ ଲୋଭ କରି ତାହା ହରଣ କରି ନିଅନ୍ତି; ଆଉ, ସେମାନେ ପୁରୁଷ ଓ ତାହାର ଗୃହ ପ୍ରତି, ଏବଂ, ମନୁଷ୍ୟ ଓ ତାହାର ପୈତୃକ ଅଧିକାର ପ୍ରତି ଦୌରାତ୍ମ୍ୟ କରନ୍ତି।
Habakkuk 2:9 in Oriya 9 ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜନ କରେ, ସେ ସନ୍ତାପର ପାତ୍ର !
Matthew 5:28 in Oriya 28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।
Matthew 20:15 in Oriya 15 ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ ?
Luke 12:15 in Oriya 15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।
Luke 16:14 in Oriya 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Acts 5:4 in Oriya 4 ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଇଶ୍ବରଙ୍କ ନିକଟରେ ମିଥ୍ୟା କହିଲ।
Acts 20:33 in Oriya 33 ମୁଁ କାହାରି ରୁପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।
Romans 7:7 in Oriya 7 ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ। ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
Romans 13:9 in Oriya 9 କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
1 Corinthians 6:10 in Oriya 10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
Ephesians 5:3 in Oriya 3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
Philippians 3:19 in Oriya 19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Timothy 6:6 in Oriya 6 ଈଶ୍ୱରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
Hebrews 13:5 in Oriya 5 ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”