Exodus 20:24 in Oriya 24 ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।
Other Translations King James Version (KJV) An altar of earth thou shalt make unto me, and shalt sacrifice thereon thy burnt offerings, and thy peace offerings, thy sheep, and thine oxen: in all places where I record my name I will come unto thee, and I will bless thee.
American Standard Version (ASV) An altar of earth thou shalt make unto me, and shalt sacrifice thereon thy burnt-offerings, and thy peace-offerings, thy sheep, and thine oxen: in every place where I record my name I will come unto thee and I will bless thee.
Bible in Basic English (BBE) Make for me an altar of earth, offering on it your burned offerings and your peace-offerings, your sheep and your oxen: in every place where I have put the memory of my name, I will come to you and give you my blessing.
Darby English Bible (DBY) An altar of earth shalt thou make unto me, and shalt sacrifice on it thy burnt-offerings, and thy peace-offerings, thy sheep and thine oxen: in all places where I shall make my name to be remembered, I will come unto thee, and bless thee.
Webster's Bible (WBT) An altar of earth thou shalt make to me, and shalt sacrifice thereon thy burnt-offerings, and thy peace-offerings, thy sheep, and thy oxen: in all places where I record my name I will come to thee, and I will bless thee.
World English Bible (WEB) You shall make an altar of earth for me, and shall sacrifice on it your burnt offerings and your peace-offerings, your sheep and your oxen. In every place where I record my name I will come to you and I will bless you.
Young's Literal Translation (YLT) `An altar of earth thou dost make for Me, and thou hast sacrificed on it thy burnt-offerings and thy peace-offerings, thy flock and thy herd; in every place where I cause My name to be remembered I come in unto thee, and have blessed thee.
Cross Reference Genesis 12:2 in Oriya 2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
Leviticus 1:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
Leviticus 3:1 in Oriya 1 ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।
Numbers 6:24 in Oriya 24 “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
Deuteronomy 7:13 in Oriya 13 ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।
Deuteronomy 12:5 in Oriya 5 ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;
Deuteronomy 12:11 in Oriya 11 ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।
Deuteronomy 12:21 in Oriya 21 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗରଦ୍ୱାର ଭିତରେ ଭୋଜନ କରି ପାରିବ।
Deuteronomy 14:23 in Oriya 23 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।
Deuteronomy 16:5 in Oriya 5 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗରଦ୍ୱାର ଦେବେ, ତହିଁର କୌଣସି ଦ୍ୱାର ମଧ୍ୟରେ ତୁମ୍ଭେ ନିସ୍ତାରପର୍ବୀୟ ବଳିଦାନ କରି ପାରିବ ନାହିଁ।
Deuteronomy 16:11 in Oriya 11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Deuteronomy 26:2 in Oriya 2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ।
2 Samuel 6:12 in Oriya 12 ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
1 Kings 8:29 in Oriya 29 ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ,'ଏହିଠାରେ ଆମ୍ଭ ନାମ ରହିବ', ସେହି ସ୍ଥାନ, ଅର୍ଥାତ୍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।
1 Kings 8:43 in Oriya 43 ତେବେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ-ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
1 Kings 9:3 in Oriya 3 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭ ସାକ୍ଷାତରେ ଯେଉଁ ପ୍ରାର୍ଥନା ଓ ବିନତି କରିଅଛ, ତାହା ଆମ୍ଭେ ଶୁଣିଲୁ; ଆମ୍ଭର ନାମ ସଦାକାଳ ସ୍ଥାପନ କରିବା ନିମନ୍ତେ ତୁମ୍ଭେ ଏହି ଯେଉଁ ଗୃହ ନିର୍ମାଣ କରିଅଛ, ତାହା ଆମ୍ଭେ ପବିତ୍ର କଲୁ, ପୁଣି, ତହିଁ ପ୍ରତି ଆମ୍ଭ ଦୃଷ୍ଟି ଓ ଆମ୍ଭ ଅନ୍ତଃକରଣ ନିତ୍ୟ ରହିବ।
2 Chronicles 6:6 in Oriya 6 ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।
2 Chronicles 7:16 in Oriya 16 କାରଣ ଏହି ଗୃହରେ ଆମ୍ଭର ନାମ ଅନନ୍ତ କାଳ ରହିବା ପାଇଁ ଆମ୍ଭେ ତାହା ମନୋନୀତ ଓ ପବିତ୍ର କଲୁ; ଆଉ, ଏହି ସ୍ଥାନ ପ୍ରତି ଆମ୍ଭର ଚକ୍ଷୁ ଓ ଆମ୍ଭର ଚିତ୍ତ ନିରନ୍ତର ଥିବ।
2 Chronicles 12:13 in Oriya 13 ଏହିରୂପେ ରିହବୀୟାମ୍ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।
Ezra 6:12 in Oriya 12 ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ।’ ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”
Nehemiah 1:9 in Oriya 9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତ ସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।'
Psalm 74:7 in Oriya 7 ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି।
Psalm 76:2 in Oriya 2 ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
Psalm 78:68 in Oriya 68 ମାତ୍ର ଯିହୂଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
Psalm 128:5 in Oriya 5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।
Psalm 132:13 in Oriya 13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
Psalm 134:3 in Oriya 3 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
Jeremiah 7:10 in Oriya 10 ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ ?'
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
Matthew 18:20 in Oriya 20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
John 4:20 in Oriya 20 ଆମ୍ଭମାନଙ୍କ ପିତୃପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ୍, ତାହା ଯିରୂଶାଲମରେ ଅଛି।
1 Timothy 2:8 in Oriya 8 ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।