Exodus 20:4 in Oriya 4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।
Other Translations King James Version (KJV) Thou shalt not make unto thee any graven image, or any likeness of any thing that is in heaven above, or that is in the earth beneath, or that is in the water under the earth.
American Standard Version (ASV) Thou shalt not make unto thee a graven image, nor any likeness `of any thing' that is in heaven above, or that is in the earth beneath, or that is in the water under the earth.
Bible in Basic English (BBE) You are not to make an image or picture of anything in heaven or on the earth or in the waters under the earth:
Darby English Bible (DBY) Thou shalt not make thyself any graven image, or any form of what is in the heavens above, or what is in the earth beneath, or what is in the waters under the earth:
Webster's Bible (WBT) Thou shalt not make to thee any graven image, or any likeness of any thing that is in heaven above, or that is in the earth beneath, or that is in the water under the earth:
World English Bible (WEB) "You shall not make for yourselves an idol, nor any image of anything that is in the heavens above, or that is in the earth beneath, or that is in the water under the earth:
Young's Literal Translation (YLT) `Thou dost not make to thyself a graven image, or any likeness which `is' in the heavens above, or which `is' in the earth beneath, or which `is' in the waters under the earth.
Cross Reference Exodus 32:1 in Oriya 1 ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”
Exodus 32:8 in Oriya 8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
Exodus 32:23 in Oriya 23 ଏମାନେ ମୋତେ କହିଲେ, “ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁନାହୁଁ।”
Exodus 34:17 in Oriya 17 ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।
Leviticus 19:4 in Oriya 4 ଆଉ, ତୁମ୍ଭେମାନେ ପ୍ରତିମାଗଣର ପଶ୍ଚାଦ୍ଗାମୀ ହୁଅ ନାହିଁ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଦେବତା ନିର୍ମାଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Leviticus 26:1 in Oriya 1 “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Deuteronomy 4:15 in Oriya 15 ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ।
Deuteronomy 4:23 in Oriya 23 ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ।
Deuteronomy 5:8 in Oriya 8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।
Deuteronomy 27:15 in Oriya 15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍' (ଏହିପରି ହେଉ)।
1 Kings 12:28 in Oriya 28 ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
2 Chronicles 33:7 in Oriya 7 ଆଉ, ସେ ଆପଣା ନିର୍ମିତ ଦେବତାର ଖୋଦିତ-ପ୍ରତିମା ପରମେଶ୍ୱରଙ୍କ ଗୃହରେ ସ୍ଥାପନ କଲେ; ସେହି ଗୃହ ବିଷୟରେ ପରମେଶ୍ୱର ଦାଉଦଙ୍କୁ ଓ ତାଙ୍କ ପୁତ୍ର ଶଲୋମନଙ୍କୁ କହିଥିଲେ, ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ସଦାକାଳ ସ୍ଥାପନ କରିବା;
Psalm 97:7 in Oriya 7 ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
Psalm 115:4 in Oriya 4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Psalm 135:15 in Oriya 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Isaiah 40:18 in Oriya 18 ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ ?
Isaiah 42:8 in Oriya 8 ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।
Isaiah 42:17 in Oriya 17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 45:16 in Oriya 16 ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।
Isaiah 46:5 in Oriya 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ?
Jeremiah 10:3 in Oriya 3 ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
Jeremiah 10:8 in Oriya 8 ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Ezekiel 8:10 in Oriya 10 ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।
Acts 17:29 in Oriya 29 ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଇଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
Acts 19:26 in Oriya 26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Romans 1:23 in Oriya 23 ପୁଣି, ଅକ୍ଷୟ ଇଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।
Revelation 9:20 in Oriya 20 ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
Revelation 13:14 in Oriya 14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
Revelation 14:9 in Oriya 9 ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
Revelation 16:2 in Oriya 2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।