Exodus 20:5 in Oriya 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Other Translations King James Version (KJV) Thou shalt not bow down thyself to them, nor serve them: for I the LORD thy God am a jealous God, visiting the iniquity of the fathers upon the children unto the third and fourth generation of them that hate me;
American Standard Version (ASV) Thou shalt not bow down thyself unto them, nor serve them, for I Jehovah thy God am a jealous God, visiting the iniquity of the fathers upon the children, upon the third and upon the fourth generation of them that hate me,
Bible in Basic English (BBE) You may not go down on your faces before them or give them worship: for I, the Lord your God, am a God who will not give his honour to another; and I will send punishment on the children for the wrongdoing of their fathers, to the third and fourth generation of my haters;
Darby English Bible (DBY) thou shalt not bow down thyself to them, nor serve them; for I, Jehovah thy God, am a jealous ùGod, visiting the iniquity of the fathers upon the sons to the third and to the fourth [generation] of them that hate me,
Webster's Bible (WBT) Thou shalt not bow down thyself to them, nor serve them: for I the LORD thy God am a jealous God, visiting the iniquity of the fathers upon the children to the third and fourth generation of them that hate me;
World English Bible (WEB) you shall not bow yourself down to them, nor serve them, for I, Yahweh your God, am a jealous God, visiting the iniquity of the fathers on the children, on the third and on the fourth generation of those who hate me,
Young's Literal Translation (YLT) Thou dost not bow thyself to them, nor serve them: for I, Jehovah thy God, `am' a zealous God, charging iniquity of fathers on sons, on the third `generation', and on the fourth, of those hating Me,
Cross Reference Exodus 23:24 in Oriya 24 ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।
Exodus 34:6 in Oriya 6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
Exodus 34:14 in Oriya 14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Leviticus 20:5 in Oriya 5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
Leviticus 26:1 in Oriya 1 “ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Leviticus 26:29 in Oriya 29 ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।
Leviticus 26:39 in Oriya 39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।
Numbers 14:18 in Oriya 18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
Numbers 14:33 in Oriya 33 ପୁଣି, ତୁମ୍ଭମାନଙ୍କ ସନ୍ତାନଗଣଙ୍କ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ।
Deuteronomy 4:24 in Oriya 24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Deuteronomy 5:9 in Oriya 9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Deuteronomy 6:15 in Oriya 15 ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Deuteronomy 7:10 in Oriya 10 ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ।
Deuteronomy 32:21 in Oriya 21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
Deuteronomy 32:41 in Oriya 41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Joshua 23:7 in Oriya 7 ପୁଣି ସେହି ଗୋଷ୍ଠୀୟମାନଙ୍କର ଯେ ଅବଶିଷ୍ଟ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ସେମାନଙ୍କ ମଧ୍ୟରେ ପ୍ରବେଶ ନ କର; କି ସେମାନଙ୍କ ଦେବତାମାନଙ୍କ ନାମ ଉଚ୍ଚାରଣ ନ କର, କି ସେମାନଙ୍କ ନାମରେ ଶପଥ ନ କରାଅ, କି ସେମାନଙ୍କ ସେବା ନ କର, କିଅବା ସେମାନଙ୍କୁ ପ୍ରଣାମ ନ କର।
Joshua 23:16 in Oriya 16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”
Joshua 24:19 in Oriya 19 ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ-ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
Judges 2:19 in Oriya 19 ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।
1 Samuel 15:2 in Oriya 2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।
2 Samuel 21:1 in Oriya 1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”
2 Samuel 21:6 in Oriya 6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”
1 Kings 21:29 in Oriya 29 ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”
2 Kings 17:35 in Oriya 35 ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ;
2 Kings 17:41 in Oriya 41 ଏହିରୂପେ ଉକ୍ତ ଗୋଷ୍ଠୀୟମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ଆପଣାମାନଙ୍କ ଖୋଦିତ ପ୍ରତିମାଗଣର ସେବା କଲେ; ସେମାନଙ୍କର ସନ୍ତାନଗଣ ଓ ସେମାନଙ୍କ ସନ୍ତାନଗଣର ସନ୍ତାନଗଣ ମଧ୍ୟ ଆପଣାମାନଙ୍କ ପୂର୍ବପୁରୁଷମାନଙ୍କ ତୁଲ୍ୟ ଆଜି ପର୍ଯ୍ୟନ୍ତ କରୁଅଛନ୍ତି।
2 Kings 23:26 in Oriya 26 ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।
2 Chronicles 25:14 in Oriya 14 ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
Job 5:4 in Oriya 4 ତାହାର ସନ୍ତାନଗଣ ରକ୍ଷାଠାରୁ ଦୂରରେ ଅଛନ୍ତି ଓ ସେମାନେ ନଗରଦ୍ୱାରରେ ମର୍ଦ୍ଦିତ ହୁଅନ୍ତି, ଅବା ସେମାନଙ୍କୁ ଉଦ୍ଧାର କରିବାକୁ କେହି ନ ଥାଏ।
Job 21:19 in Oriya 19 ତୁମ୍ଭେମାନେ କହୁଅଛ, ପରମେଶ୍ୱର ତାହାର ସନ୍ତାନଗଣ ନିମନ୍ତେ ତାହାର ଅଧର୍ମ ସଞ୍ଚୟ କରନ୍ତି। ସେ ତାହାକୁ ହିଁ ପ୍ରତିଫଳ ଦେଉନ୍ତୁ, ତହିଁରେ ସେ ତାହା ଜାଣିବ।
Psalm 78:58 in Oriya 58 କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
Psalm 79:8 in Oriya 8 ଆମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
Psalm 81:15 in Oriya 15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
Psalm 109:14 in Oriya 14 ତାହାର ପିତୃଲୋକଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।
Proverbs 6:34 in Oriya 34 ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।
Proverbs 8:36 in Oriya 36 ମାତ୍ର ଯେ ମୋ' ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି।
Isaiah 14:20 in Oriya 20 ତୁମ୍ଭେ ସେମାନଙ୍କ ସଙ୍ଗେ କବରସ୍ଥ ହେବ ନାହିଁ, କାରଣ ତୁମ୍ଭେ ଆପଣା ଦେଶ ଉଚ୍ଛିନ୍ନ କରିଅଛ, ତୁମ୍ଭେ ଆପଣା ଲୋକମାନଙ୍କୁ ବଧ କରିଅଛ, କୁକ୍ରିୟାକାରୀମାନଙ୍କ ବଂଶର ନାମ ଅନନ୍ତ କାଳ ଉଲ୍ଲିଖିତ ହେବ ନାହିଁ।
Isaiah 44:15 in Oriya 15 ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।
Isaiah 44:19 in Oriya 19 କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା ? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା ?
Isaiah 65:6 in Oriya 6 ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,”
Jeremiah 2:9 in Oriya 9 ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।
Jeremiah 32:18 in Oriya 18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;
Ezekiel 8:3 in Oriya 3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ' ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।
Daniel 1:2 in Oriya 2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।
Nahum 1:2 in Oriya 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Matthew 4:9 in Oriya 9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା।
Matthew 23:34 in Oriya 34 ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
John 7:7 in Oriya 7 ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି।
John 15:18 in Oriya 18 ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
John 15:23 in Oriya 23 ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ।
Romans 1:30 in Oriya 30 ସେମାନେ ଚୁଗୁଲିଆ, ନିନ୍ଦକ, ଇଶ୍ବରଙ୍କ ଘୃଣ୍ୟ, ଅତ୍ୟାଚାରୀ, ଦାମ୍ଭିକ, ଅହଂକାରୀ, ଦୁଷ୍ଟକର୍ମର ଉତ୍ପାଦକ,
Romans 8:7 in Oriya 7 ଯେଣୁ ଶାରୀରିକ ମନ ଇଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଇଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
1 Corinthians 10:22 in Oriya 22 ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା ? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ ?
James 4:4 in Oriya 4 ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଇଶ୍ବରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ।