Exodus 27:21 in Oriya 21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Other Translations King James Version (KJV) In the tabernacle of the congregation without the vail, which is before the testimony, Aaron and his sons shall order it from evening to morning before the LORD: it shall be a statute for ever unto their generations on the behalf of the children of Israel.
American Standard Version (ASV) In the tent of meeting, without the veil which is before the testimony, Aaron and his sons shall keep it in order from evening to morning before Jehovah: it shall be a statue for ever throughout their generations on the behalf of the children of Israel.
Bible in Basic English (BBE) Let Aaron and his sons put this in order, evening and morning, before the Lord, inside the Tent of meeting, outside the veil which is before the ark; this is to be an order for ever, from generation to generation, to be kept by the children of Israel.
Darby English Bible (DBY) In the tent of meeting outside the veil, which is before the testimony, Aaron and his sons shall dress them from evening to morning before Jehovah: [it is] an everlasting statute, for their generations, on the part of the children of Israel.
Webster's Bible (WBT) In the tabernacle of the congregation without the vail, which is before the testimony, Aaron and his sons shall order it from evening to morning before the LORD: It shall be a statute for ever to their generations on the behalf of the children of Israel.
World English Bible (WEB) In the tent of meeting, outside the veil which is before the testimony, Aaron and his sons shall keep it in order from evening to morning before Yahweh: it shall be a statute forever throughout their generations on the behalf of the children of Israel.
Young's Literal Translation (YLT) in the tent of meeting, at the outside of the vail, which `is' over the testimony, doth Aaron -- his sons also -- arrange it from evening till morning before Jehovah -- a statute age-during to their generations, from the sons of Israel.
Cross Reference Genesis 1:5 in Oriya 5 ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
Genesis 1:8 in Oriya 8 ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
Exodus 16:34 in Oriya 34 ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।
Exodus 25:16 in Oriya 16 ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।
Exodus 25:21 in Oriya 21 ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ।
Exodus 26:31 in Oriya 31 ଆଉ ତୁମ୍ଭେ ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।
Exodus 28:43 in Oriya 43 ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
Exodus 29:9 in Oriya 9 ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।
Exodus 29:28 in Oriya 28 ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ-ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ।
Exodus 29:42 in Oriya 42 ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
Exodus 29:44 in Oriya 44 ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
Exodus 30:8 in Oriya 8 ପୁଣି, ସନ୍ଧ୍ୟା କାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପ-ଦାହ ହେବ।
Exodus 30:36 in Oriya 36 ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
Exodus 40:3 in Oriya 3 ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।
Leviticus 3:8 in Oriya 8 ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
Leviticus 3:17 in Oriya 17 ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”
Leviticus 16:34 in Oriya 34 ପୁଣି, ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।
Leviticus 24:3 in Oriya 3 ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
Leviticus 24:9 in Oriya 9 ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”
Numbers 8:9 in Oriya 9 ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।
Numbers 18:23 in Oriya 23 ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
Numbers 19:21 in Oriya 21 ଏହା ସେମାନଙ୍କ ପାଳନୀୟ ଅନନ୍ତକାଳୀନ ବିଧି ହେବ; ଆଉ ଯେକେହି ସେହି ଅଶୌଚାର୍ଥକ ଜଳ ସେଚନ କରେ, ସେ ଆପଣା ବସ୍ତ୍ର ଧୋଇବ; ପୁଣି, ଯେକେହି ସେହି ଅଶୌଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହେବ।
1 Samuel 3:3 in Oriya 3 ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
1 Samuel 30:25 in Oriya 25 ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।
2 Chronicles 13:11 in Oriya 11 ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।
Psalm 134:1 in Oriya 1 ଆରୋହଣ ଗୀତ। ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Matthew 4:16 in Oriya 16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।
Luke 12:35 in Oriya 35 ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;
John 5:35 in Oriya 35 ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।
2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
2 Peter 1:19 in Oriya 19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।
Revelation 2:1 in Oriya 1 ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,