Exodus 29:13 in Oriya 13 ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକ୍କ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।
Other Translations King James Version (KJV) And thou shalt take all the fat that covereth the inwards, and the caul that is above the liver, and the two kidneys, and the fat that is upon them, and burn them upon the altar.
American Standard Version (ASV) And thou shalt take all the fat that covereth the inwards, and the caul upon the liver, and the two kidneys, and the fat that is upon them, and burn them upon the altar.
Bible in Basic English (BBE) And take all the fat covering the inside of the ox, and the fat joining the liver and the two kidneys with the fat round them, and let them be burned on the altar;
Darby English Bible (DBY) And thou shalt take all the fat that covereth the inwards, and the net of the liver, and the two kidneys, and the fat that is upon them, and burn them upon the altar.
Webster's Bible (WBT) And thou shalt take all the fat that covereth the inwards, and the caul that is above the liver, and the two kidneys, and the fat that is upon them, and burn them upon the altar.
World English Bible (WEB) You shall take all the fat that covers the innards, the cover of the liver, the two kidneys, and the fat that is on them, and burn them on the altar.
Young's Literal Translation (YLT) and thou hast taken all the fat which is covering the inwards, and the redundance on the liver, and the two kidneys, and the fat which `is' on them, and hast made perfume on the altar;
Cross Reference Exodus 29:18 in Oriya 18 ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
Exodus 29:22 in Oriya 22 ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁରୁଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।
Exodus 29:25 in Oriya 25 ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
Leviticus 1:9 in Oriya 9 ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
Leviticus 1:15 in Oriya 15 ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।
Leviticus 3:3 in Oriya 3 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
Leviticus 3:9 in Oriya 9 ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
Leviticus 3:14 in Oriya 14 ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
Leviticus 4:8 in Oriya 8 ଆଉ, ପାପାର୍ଥକ ବଳି ରୂପ ଗୋବତ୍ସର ସମସ୍ତ ମେଦ, ଅର୍ଥାତ୍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
Leviticus 4:26 in Oriya 26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Leviticus 4:31 in Oriya 31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Leviticus 4:35 in Oriya 35 ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।”
Leviticus 6:12 in Oriya 12 ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।
Leviticus 7:3 in Oriya 3 ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା ଓ
Leviticus 7:31 in Oriya 31 ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।
Leviticus 8:16 in Oriya 16 ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
Leviticus 8:25 in Oriya 25 ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;
Leviticus 9:10 in Oriya 10 ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।
Leviticus 9:19 in Oriya 19 ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,
Leviticus 16:25 in Oriya 25 ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।
Leviticus 17:6 in Oriya 6 ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।
Numbers 18:17 in Oriya 17 ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।
1 Samuel 2:16 in Oriya 16 ଏଥିରେ ଯେବେ ସେ ଲୋକ ତାହାକୁ କହେ, ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ; ତେବେ ସେ ଉତ୍ତର କରେ, ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।
Psalm 22:14 in Oriya 14 ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ' ଅନ୍ତ୍ର ମଧ୍ୟରେ ତରଳି ଯାଏ।
Isaiah 1:11 in Oriya 11 ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
Isaiah 34:6 in Oriya 6 ସଦାପ୍ରଭୁଙ୍କ ଖଡ଼୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
Isaiah 43:24 in Oriya 24 ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।