Exodus 29:18 in Oriya 18 ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
Other Translations King James Version (KJV) And thou shalt burn the whole ram upon the altar: it is a burnt offering unto the LORD: it is a sweet savor, an offering made by fire unto the LORD.
American Standard Version (ASV) And thou shalt burn the whole ram upon the altar: it is a burnt-offering unto Jehovah; it is a sweet savor, an offering made by fire unto Jehovah.
Bible in Basic English (BBE) And let them all be burned on the altar as a burned offering to the Lord: a sweet smell, an offering made by fire to the Lord.
Darby English Bible (DBY) and thou shalt burn the whole ram upon the altar: it is a burnt-offering to Jehovah -- a sweet odour; it is an offering by fire to Jehovah.
Webster's Bible (WBT) And thou shalt burn the whole ram upon the altar: it is a burnt-offering to the LORD: it is a sweet savor, an offering made by fire to the LORD.
World English Bible (WEB) You shall burn the whole ram on the altar: it is a burnt offering to Yahweh; it is a sweet savor, an offering made by fire to Yahweh.
Young's Literal Translation (YLT) and thou hast made perfume with the whole ram on the altar. It `is' a burnt-offering to Jehovah, a sweet fragrance; a fire-offering it `is' to Jehovah.
Cross Reference Genesis 8:21 in Oriya 21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
Genesis 22:2 in Oriya 2 ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
Genesis 22:7 in Oriya 7 ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?”
Genesis 22:13 in Oriya 13 ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
Exodus 29:25 in Oriya 25 ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।
Leviticus 1:17 in Oriya 17 ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
Leviticus 9:24 in Oriya 24 ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।
1 Samuel 7:9 in Oriya 9 ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।
1 Kings 3:4 in Oriya 4 ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
1 Kings 18:38 in Oriya 38 ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
Psalm 50:8 in Oriya 8 ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
Isaiah 1:11 in Oriya 11 ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
Jeremiah 6:20 in Oriya 20 ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।
Jeremiah 7:21 in Oriya 21 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।
Mark 12:33 in Oriya 33 ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର।
Ephesians 5:2 in Oriya 2 ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ଵରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।
Philippians 4:18 in Oriya 18 ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଇଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।
Hebrews 10:6 in Oriya 6 ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।