Exodus 29:40 in Oriya 40 ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।
Other Translations King James Version (KJV) And with the one lamb a tenth deal of flour mingled with the fourth part of an hin of beaten oil; and the fourth part of an hin of wine for a drink offering.
American Standard Version (ASV) and with the one lamb a tenth part `of an ephah' of fine flour mingled with the fourth part of a hin of beaten oil, and the fourth part of a hin of wine for a drink-offering.
Bible in Basic English (BBE) And with the one lamb, a tenth part of an ephah of the best meal, mixed with a fourth part of a hin of clear oil; and the fourth part of a hin of wine for a drink offering.
Darby English Bible (DBY) And with the one lamb a tenth part of wheaten flour mingled with beaten oil, a fourth part of a hin; and a drink-offering, a fourth part of a hin of wine.
Webster's Bible (WBT) And with the one lamb a tenth-portion of flour mingled with the fourth part of a hin of beaten oil; and the fourth part of a hin of wine for a drink-offering.
World English Bible (WEB) and with the one lamb a tenth part of an ephah of fine flour mixed with the fourth part of a hin of beaten oil, and the fourth part of a hin of wine for a drink-offering.
Young's Literal Translation (YLT) and a tenth `deal' of fine flour, mixed with beaten oil, a fourth part of a hin, and a libation, a fourth part of a hin, of wine, `is' for the one lamb.
Cross Reference Genesis 35:14 in Oriya 14 ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।
Exodus 16:36 in Oriya 36 ଏକ ଓମର ଐଫାର ଦଶମାଂଶ।
Exodus 30:24 in Oriya 24 ପାଞ୍ଚଶତ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ।
Leviticus 23:13 in Oriya 13 ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ ନୈବେଦ୍ୟ ହେବ।
Numbers 6:15 in Oriya 15 ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Numbers 15:4 in Oriya 4 ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
Numbers 15:7 in Oriya 7 ପୁଣି, ତୁମ୍ଭେ ପେୟ ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।
Numbers 15:9 in Oriya 9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।
Numbers 15:24 in Oriya 24 ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।
Numbers 28:5 in Oriya 5 ପୁଣି, ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।
Numbers 28:10 in Oriya 10 ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।
Numbers 28:13 in Oriya 13 ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
Numbers 28:24 in Oriya 24 ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।
Numbers 29:16 in Oriya 16 ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
Deuteronomy 32:38 in Oriya 38 ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି ? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।
Isaiah 57:6 in Oriya 6 ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା ?
Ezekiel 4:11 in Oriya 11 ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ।
Ezekiel 20:28 in Oriya 28 କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
Ezekiel 45:17 in Oriya 17 ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ।
Ezekiel 45:24 in Oriya 24 ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା, ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ।
Ezekiel 46:5 in Oriya 5 ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।
Ezekiel 46:7 in Oriya 7 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।
Ezekiel 46:11 in Oriya 11 ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍ ତୈଳ ଦେବେ।
Ezekiel 46:14 in Oriya 14 ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।
Joel 1:9 in Oriya 9 ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।
Joel 1:13 in Oriya 13 ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।
Joel 2:14 in Oriya 14 କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ରଖିଯିବେ।
Philippians 2:17 in Oriya 17 ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,