Exodus 3:12 in Oriya 12 ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
Other Translations King James Version (KJV) And he said, Certainly I will be with thee; and this shall be a token unto thee, that I have sent thee: When thou hast brought forth the people out of Egypt, ye shall serve God upon this mountain.
American Standard Version (ASV) And he said, Certainly I will be with thee; and this shall be the token unto thee, that I have sent thee: when thou hast brought forth the people out of Egypt, ye shall serve God upon this mountain.
Bible in Basic English (BBE) And he said, Truly I will be with you; and this will be the sign to you that I have sent you: when you have taken the children of Israel out of Egypt, you will give worship to God on this mountain.
Darby English Bible (DBY) And he said, For I will be with thee; and this shall be the sign to thee that I have sent thee: when thou hast brought forth the people out of Egypt, ye shall serve God upon this mountain.
Webster's Bible (WBT) And he said, Certainly I will be with thee; and this shall be a token to thee, that I have sent thee: When thou hast brought forth the people out of Egypt, ye shall serve God upon this mountain.
World English Bible (WEB) He said, "Certainly I will be with you. This will be the token to you, that I have sent you: when you have brought forth the people out of Egypt, you shall serve God on this mountain."
Young's Literal Translation (YLT) and He saith, `Because I am with thee, and this `is' to thee the sign that I have sent thee: in thy bringing out the people from Egypt -- ye do serve God on this mount.'
Cross Reference Genesis 15:1 in Oriya 1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାର ସ୍ୱରୂପ।”
Genesis 15:8 in Oriya 8 ତହୁଁ ଅବ୍ରାମ୍ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି ?”
Genesis 31:3 in Oriya 3 ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”
Exodus 4:1 in Oriya 1 ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋ' ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି ?”
Exodus 4:12 in Oriya 12 ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
Exodus 4:15 in Oriya 15 ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।
Exodus 19:1 in Oriya 1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।
Leviticus 1:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
Numbers 1:1 in Oriya 1 ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
Deuteronomy 31:23 in Oriya 23 ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ୍ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇ ଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”
Joshua 1:5 in Oriya 5 ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Judges 6:17 in Oriya 17 ତହୁଁ ସେ ତାହାଙ୍କୁ କହିଲେ, ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ।
Judges 6:21 in Oriya 21 ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।
Judges 6:36 in Oriya 36 ଏ ଉତ୍ତାରେ ଗିଦିୟୋନ୍ ପରମେଶ୍ୱରଙ୍କୁ କହିଲେ, ଯେବେ ତୁମ୍ଭେ ଆପଣା ବାକ୍ୟ ପ୍ରମାଣେ ମୋ' ହସ୍ତ ଦ୍ୱାରା ଇସ୍ରାଏଲକୁ ଉଦ୍ଧାର କରିବ,
Judges 7:11 in Oriya 11 ଆଉ, ସେମାନେ ଯାହା କହନ୍ତି, ତୁମ୍ଭେ ତାହା ଶୁଣିବ; ତହିଁ ଉତ୍ତାରେ ଛାଉଣିକୁ ଓହ୍ଲାଇ ଯିବା ପାଇଁ ତୁମ୍ଭ ହସ୍ତ ବଳବାନ ହେବ। ତହିଁରେ ସେ ଆପଣା ଦାସ ଫୁରା ସହିତ ଛାଉଣିରେ ଥିବା ସସଜ୍ଜ ଲୋକମାନଙ୍କ ବାହାରସ୍ଥ ସୀମାର ପ୍ରାନ୍ତ ପର୍ଯ୍ୟନ୍ତ ଗଲେ।
Judges 7:13 in Oriya 13 ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, ଦେଖ, ଜଣେ ଲୋକ ଆପଣା ସଙ୍ଗୀକି ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ-ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।
Psalm 86:17 in Oriya 17 ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋ' ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ପ୍ରଭୁ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ୱନା କରିଅଛ।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 37:30 in Oriya 30 ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 43:2 in Oriya 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
Jeremiah 43:9 in Oriya 9 “ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
Jeremiah 51:63 in Oriya 63 ପୁଣି, ଏହି ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;
Matthew 28:20 in Oriya 20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।
Mark 16:20 in Oriya 20 କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।
Acts 11:21 in Oriya 21 ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ।
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
Hebrews 13:5 in Oriya 5 ଆଚାରବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”