Exodus 3:2 in Oriya 2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
Other Translations King James Version (KJV) And the angel of the LORD appeared unto him in a flame of fire out of the midst of a bush: and he looked, and, behold, the bush burned with fire, and the bush was not consumed.
American Standard Version (ASV) And the angel of Jehovah appeared unto him in a flame of fire out of the midst of a bush: and he looked, and, behold, the bush burned with fire, and the bush was not consumed.
Bible in Basic English (BBE) And the angel of the Lord was seen by him in a flame of fire coming out of a thorn-tree: and he saw that the tree was on fire, but it was not burned up.
Darby English Bible (DBY) And the Angel of Jehovah appeared to him in a flame of fire out of the midst of a thorn-bush: and he looked, and behold, the thorn-bush burned with fire, and the thorn-bush was not being consumed.
Webster's Bible (WBT) And the angel of the LORD appeared to him in a flame of fire out of the midst of a bush: and he looked, and behold, the bush burned with fire, and the bush was not consumed.
World English Bible (WEB) The angel of Yahweh appeared to him in a flame of fire out of the midst of a bush. He looked, and behold, the bush burned with fire, and the bush was not consumed.
Young's Literal Translation (YLT) and there appeareth unto him a messenger of Jehovah in a flame of fire, out of the midst of the bush, and he seeth, and lo, the bush is burning with fire, and the bush is not consumed.
Cross Reference Genesis 15:13 in Oriya 13 ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;
Genesis 16:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
Genesis 22:15 in Oriya 15 ଆଉ ସଦାପ୍ରଭୁଙ୍କ ଦୂତ ଦ୍ୱିତୀୟ ଥର ଆକାଶରୁ ଅବ୍ରହାମଙ୍କୁ ଡାକି କହିଲେ,
Genesis 48:16 in Oriya 16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ' ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
Exodus 3:4 in Oriya 4 ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
Exodus 3:16 in Oriya 16 ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
Deuteronomy 4:20 in Oriya 20 ମାତ୍ର ତୁମ୍ଭେମାନେ ଆଜି ଦିନ ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
Deuteronomy 33:16 in Oriya 16 ଆଉ ପୃଥିବୀର ଓ ତତ୍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ୍ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।
Psalm 66:12 in Oriya 12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
Isaiah 43:2 in Oriya 2 ତୁମ୍ଭେ ଜଳ ମଧ୍ୟ ଦେଇ ଯିବା ବେଳେ ଆମ୍ଭେ ତୁମ୍ଭର ସଙ୍ଗୀ ହେବା ନଦନଦୀ ମଧ୍ୟରେ ଗମନ କଲେ, ସେହି ସବୁ ତୁମ୍ଭକୁ ମଗ୍ନ କରିବ ନାହିଁ; ତୁମ୍ଭେ ଅଗ୍ନି ମଧ୍ୟରେ ଗମନ କରିବା ବେଳେ ଦଗ୍ଧ ହେବ ନାହିଁ, କିଅବା ଅଗ୍ନିଶିଖା ତୁମ୍ଭର ଦାହ ଜନ୍ମାଇବ ନାହିଁ।
Isaiah 53:10 in Oriya 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Daniel 3:27 in Oriya 27 ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।
Hosea 12:4 in Oriya 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ।
Zechariah 13:7 in Oriya 7 ହେ ଖଡ଼୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ପାଳକକୁ ଆଘାତ କର,” ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।”
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Mark 12:26 in Oriya 26 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ୱର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ?
Luke 20:37 in Oriya 37 ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
Acts 7:30 in Oriya 30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
2 Corinthians 1:8 in Oriya 8 କାରଣ, ହେ ଭାଇମାନେ, ଆସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ;