Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Other Translations King James Version (KJV) Moreover he said, I am the God of thy father, the God of Abraham, the God of Isaac, and the God of Jacob. And Moses hid his face; for he was afraid to look upon God.
American Standard Version (ASV) Moreover he said, I am the God of thy father, the God of Abraham, the God of Isaac, and the God of Jacob. And Moses hid his face; for he was afraid to look upon God.
Bible in Basic English (BBE) And he said, I am the God of your fathers, the God of Abraham, the God of Isaac, and the God of Jacob. And Moses kept his face covered for fear of looking on God.
Darby English Bible (DBY) And he said, I am the God of thy father, the God of Abraham, the God of Isaac, and the God of Jacob. And Moses hid his face; for he was afraid to look at God.
Webster's Bible (WBT) Moreover he said, I am the God of thy father, the God of Abraham, the God of Isaac, and the God of Jacob. And Moses hid his face: for he was afraid to look upon God.
World English Bible (WEB) Moreover he said, "I am the God of your father, the God of Abraham, the God of Isaac, and the God of Jacob." Moses hid his face; for he was afraid to look at God.
Young's Literal Translation (YLT) He saith also, `I `am' the God of thy father, God of Abraham, God of Isaac, and God of Jacob;' and Moses hideth his face, for he is afraid to look towards God.
Cross Reference Genesis 12:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
Genesis 12:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
Genesis 17:3 in Oriya 3 ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Genesis 26:24 in Oriya 24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।”
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Genesis 31:42 in Oriya 42 ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା'ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
Genesis 32:9 in Oriya 9 ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।
Exodus 3:14 in Oriya 14 ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କହିବ, ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି।”
Exodus 4:5 in Oriya 5 ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
Exodus 29:45 in Oriya 45 ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
Judges 13:22 in Oriya 22 ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।
1 Kings 18:36 in Oriya 36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
1 Kings 19:13 in Oriya 13 ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ ?”
Nehemiah 9:9 in Oriya 9 ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପିତୃପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;
Esther 3:4 in Oriya 4 ଏହିରୂପେ ସେମାନେ ପ୍ରତିଦିନ ତାହାଙ୍କୁ କହିଲେ, ତଥାପି ସେ ସେମାନଙ୍କର କଥା ମାନିଲେ ନାହିଁ; ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମନ୍କୁ ତାହା ଜଣାଇଲେ; କାରଣ ମର୍ଦ୍ଦଖୟ ଯେ ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲେ।
Job 42:5 in Oriya 5 ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
Psalm 106:44 in Oriya 44 ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
Psalm 132:2 in Oriya 2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
Isaiah 6:1 in Oriya 1 ଉଷିୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।
Jeremiah 24:7 in Oriya 7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।'
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Jeremiah 32:38 in Oriya 38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
Ezekiel 11:20 in Oriya 20 ତହିଁରେ ସେମାନେ ଆମ୍ଭର ବିଧିମତେ ଆଚରଣ କରିବେ ଓ ଆମ୍ଭର ନିୟମସବୁ ମାନ୍ୟ କରି ପାଳନ କରିବେ; ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
Daniel 10:7 in Oriya 7 ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ।
Zechariah 8:8 in Oriya 8 ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।'”
Matthew 17:6 in Oriya 6 ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।
Matthew 22:32 in Oriya 32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର। ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।
Mark 12:26 in Oriya 26 ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ୱର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ?
Luke 5:8 in Oriya 8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।
Luke 20:37 in Oriya 37 ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି।
Acts 7:32 in Oriya 32 ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ୱର, ଅବ୍ରହାମ, ଇସ୍ହାକ ଓ ଯାକୁବର ଈଶ୍ୱର। ସେଥିରେ ମୋଶା କମ୍ପି ଉଠି, ଭଲରୂପେ ଦେଖିବାକୁ ସାହାସ କଲେ ନାହିଁ।
Acts 7:34 in Oriya 34 ମିସରରେ ମୋର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି।
Hebrews 12:21 in Oriya 21 ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।
Revelation 1:17 in Oriya 17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ,