Exodus 3:8 in Oriya 8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା'ନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।
Other Translations King James Version (KJV) And I am come down to deliver them out of the hand of the Egyptians, and to bring them up out of that land unto a good land and a large, unto a land flowing with milk and honey; unto the place of the Canaanites, and the Hittites, and the Amorites, and the Perizzites, and the Hivites, and the Jebusites.
American Standard Version (ASV) and I am come down to deliver them out of the hand of the Egyptians, and to bring them up out of that land unto a good land and a large, unto a land flowing with milk and honey; unto the place of the Canaanite, and the Hittite, and the Amorite, and the Perizzite, and the Hivite, and the Jebusite.
Bible in Basic English (BBE) And I have come down to take them out of the hands of the Egyptians, guiding them out of that land into a good land and wide, into a land flowing with milk and honey; into the place of the Canaanite and the Hittite and the Amorite and the Perizzite and the Hivite and the Jebusite.
Darby English Bible (DBY) And I am come down to deliver them out of the hand of the Egyptians, and to bring them up out of that land unto a good and spacious land, unto a land flowing with milk and honey, unto the place of the Canaanites, and the Hittites, and the Amorites, and the Perizzites, and the Hivites, and the Jebusites.
Webster's Bible (WBT) And I am come down to deliver them from the hand of the Egyptians, and to bring them out of that land, to a good land, and a large, to a land flowing with milk and honey; to the place of the Canaanites, and the Hittites, and the Amorites, and the Perizzites, and the Hivites, and the Jebusites.
World English Bible (WEB) I have come down to deliver them out of the hand of the Egyptians, and to bring them up out of that land to a good and large land, to a land flowing with milk and honey; to the place of the Canaanite, the Hittite, the Amorite, the Perizzite, the Hivite, and the Jebusite.
Young's Literal Translation (YLT) and I go down to deliver it out of the hand of the Egyptians, and to cause it to go up out of the land, unto a land good and broad, unto a land flowing with milk and honey -- unto the place of the Canaanite, and the Hittite, and the Amorite, and the Perizzite, and the Hivite, and the Jebusite.
Cross Reference Genesis 11:5 in Oriya 5 ଏଥିଉତ୍ତାରେ ମନୁଷ୍ୟସନ୍ତାନମାନେ ଯେଉଁ ନଗର ଓ ଗଡ଼ ନିର୍ମାଣ କରୁଥିଲେ, ତାହା ଦେଖିବାକୁ ସଦାପ୍ରଭୁ ଓହ୍ଲାଇ ଆସିଲେ।
Genesis 11:7 in Oriya 7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
Genesis 13:14 in Oriya 14 ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
Genesis 15:14 in Oriya 14 ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ।
Genesis 15:18 in Oriya 18 ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Genesis 18:21 in Oriya 21 ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।”
Genesis 50:24 in Oriya 24 ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”
Exodus 3:17 in Oriya 17 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।
Exodus 6:6 in Oriya 6 ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
Exodus 12:51 in Oriya 51 ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟ-ଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।
Exodus 13:5 in Oriya 5 ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।
Exodus 22:23 in Oriya 23 ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
Exodus 33:2 in Oriya 2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବା।
Exodus 34:11 in Oriya 11 ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ି ଦେବା।
Numbers 13:19 in Oriya 19 ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;
Numbers 13:27 in Oriya 27 ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
Numbers 14:7 in Oriya 7 ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀକୁ କହିଲେ, “ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟନ୍ତ ଉତ୍ତମ ଦେଶ ଅଟେ।”
Deuteronomy 1:7 in Oriya 7 ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର।
Deuteronomy 1:25 in Oriya 25 ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।”
Deuteronomy 7:1 in Oriya 1 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
Deuteronomy 8:7 in Oriya 7 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;
Deuteronomy 11:9 in Oriya 9 ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଓ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇ ପାରିବ।
Deuteronomy 26:9 in Oriya 9 ଆଉ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଅଛନ୍ତି ଓ ଏହି ଦେଶ, ଏକ ଦୁଗ୍ଧ ଓ ମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଅଛନ୍ତି।
Deuteronomy 27:3 in Oriya 3 ପୁଣି ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭ ନିକଟରେ ଯେଉଁ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦୁଗ୍ଧ ଓ ମଧୁପ୍ରବାହୀ ଦେଶ ଦେବେ, ତହିଁ ମଧ୍ୟରେ ତୁମ୍ଭେ ଯେପରି ପ୍ରବେଶ କରି ପାରିବ, ଏଥିପାଇଁ ପାର ହେବା ସମୟରେ ତୁମ୍ଭେ ସେହି ପ୍ରସ୍ତରଗୁଡ଼ିକ ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଲେଖିବ।
Deuteronomy 28:11 in Oriya 11 ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ।
Joshua 9:1 in Oriya 1 ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ୍ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୁଷୀୟ ରାଜାଗଣ ଏହି କଥା ଶୁଣିଲେ;
Nehemiah 9:8 in Oriya 8 ତୁମ୍ଭେ ଆପଣା ସାକ୍ଷାତରେ ତାହାର ଅନ୍ତଃକରଣ ବିଶ୍ୱସ୍ତ ଦେଖିଲ, ପୁଣି କିଣାନୀୟ, ହିତ୍ତୀୟ, ଇମୋରୀୟ ଓ ପରିଷୀୟ ଓ ଯିବୂଷୀୟ ଓ ଗିର୍ଗାଶୀୟ ଲୋକମାନଙ୍କ ଦେଶ ଦେବାକୁ, ଅର୍ଥାତ୍, ତାହାର ବଂଶକୁ ଦେବା ପାଇଁ ତାହା ସଙ୍ଗେ ନିୟମ କଲ, ପୁଣି ଆପଣା ବାକ୍ୟ ସଫଳ କରିଅଛ; କାରଣ ତୁମ୍ଭେ ଧର୍ମମୟ।
Nehemiah 9:22 in Oriya 22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ୍ ଦେଶ, ଅର୍ଥାତ୍, ହିଷ୍ବୋନ୍ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ।
Psalm 12:5 in Oriya 5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
Psalm 18:9 in Oriya 9 ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।
Psalm 22:4 in Oriya 4 ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
Psalm 34:8 in Oriya 8 ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
Psalm 91:15 in Oriya 15 ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
Isaiah 64:1 in Oriya 1 ଆହା, ଅନ୍ୟ ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ, ଏଥିପାଇଁ ତୁମ୍ଭ ବିପକ୍ଷଗଣକୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ,
Jeremiah 2:7 in Oriya 7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।
Jeremiah 11:5 in Oriya 5 ‘ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଶାପଗ୍ରସ୍ତ ହେଉ !'” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍।”
Jeremiah 32:22 in Oriya 22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପିତୃପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;
Ezekiel 20:6 in Oriya 6 ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;
John 3:13 in Oriya 13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।
John 6:38 in Oriya 38 କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି।