Exodus 32:4 in Oriya 4 ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
Other Translations King James Version (KJV) And he received them at their hand, and fashioned it with a graving tool, after he had made it a molten calf: and they said, These be thy gods, O Israel, which brought thee up out of the land of Egypt.
American Standard Version (ASV) And he received it at their hand, and fashioned it with a graving tool, and made it a molten calf: and they said, These are thy gods, O Israel, which brought thee up out of the land of Egypt.
Bible in Basic English (BBE) And he took the gold from them and, hammering it with an instrument, he made it into the metal image of a young ox: and they said, This is your god, O Israel, who took you out of the land of Egypt.
Darby English Bible (DBY) And he took [them] out of their hand, and fashioned it with a chisel and made of it a molten calf: and they said, This is thy god, Israel, who has brought thee up out of the land of Egypt!
Webster's Bible (WBT) And he received them at their hand, and fashioned it with a graving tool, after he had made it a molten calf: and they said, These are thy gods, O Israel, which brought thee out of the land of Egypt.
World English Bible (WEB) He received what they handed him, and fashioned it with an engraving tool, and made it a molten calf; and they said, "These are your gods, Israel, which brought you up out of the land of Egypt."
Young's Literal Translation (YLT) and he receiveth from their hand, and doth fashion it with a graving tool, and doth make it a molten calf, and they say, `These thy gods, O Israel, who brought thee up out of the land of Egypt.'
Cross Reference Exodus 20:2 in Oriya 2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”
Exodus 20:23 in Oriya 23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।
Exodus 28:9 in Oriya 9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।
Exodus 28:11 in Oriya 11 ଶିଳ୍ପ କର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।
Exodus 32:1 in Oriya 1 ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”
Exodus 32:8 in Oriya 8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
Deuteronomy 9:16 in Oriya 16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।
Judges 17:3 in Oriya 3 ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।
1 Kings 12:28 in Oriya 28 ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
1 Kings 12:32 in Oriya 32 ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବୈଥେଲରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବୈଥେଲରେ ସ୍ଥାପନ କଲେ।
2 Kings 10:29 in Oriya 29 ତଥାପି ବୈଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ।
2 Chronicles 11:15 in Oriya 15 ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ (ଦେବତାମାନଙ୍କର) ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।
2 Chronicles 13:8 in Oriya 8 ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।
Nehemiah 9:18 in Oriya 18 ହଁ, ଏପରିକି ସେମାନେ ଛାଞ୍ଚରେ ଢଳା ଏକ ଗୋବତ୍ସ ନିର୍ମାଣ କରି କହିଲେ, “ଯେଉଁ ଦେବତା ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି,” ଏହା କହି ପ୍ରଭୁଙ୍କୁ ମହା ଅପମାନ କଲେ;
Psalm 106:19 in Oriya 19 ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।
Isaiah 40:18 in Oriya 18 ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ ?
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Isaiah 46:6 in Oriya 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।
Hosea 8:4 in Oriya 4 ସେମାନେ ରାଜାଗଣକୁ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ। ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି।”
Hosea 10:5 in Oriya 5 ଶମରୀୟା ନିବାସୀଗଣ ବୈଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି।
Hosea 13:2 in Oriya 2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ।
Acts 7:41 in Oriya 41 ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ।
Acts 17:29 in Oriya 29 ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଇଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
Romans 1:21 in Oriya 21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;