Exodus 33:3 in Oriya 3 ଏନିମନ୍ତେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
Other Translations King James Version (KJV) Unto a land flowing with milk and honey: for I will not go up in the midst of thee; for thou art a stiffnecked people: lest I consume thee in the way.
American Standard Version (ASV) unto a land flowing with milk and honey: for I will not go up in the midst of thee, for thou art a stiffnecked people, lest I consume thee in the way.
Bible in Basic English (BBE) Go up to that land flowing with milk and honey; but I will not go up among you, for you are a stiff-necked people, for fear that I send destruction on you while you are on the way.
Darby English Bible (DBY) into a land flowing with milk and honey; for I will not go up in the midst of thee, for thou art a stiff-necked people, -- lest I consume thee on the way.
Webster's Bible (WBT) To a land flowing with milk and honey: for I will not go up in the midst of thee; for thou art a stiff-necked people: lest I consume thee in the way.
World English Bible (WEB) to a land flowing with milk and honey: for I will not go up in the midst of you, for you are a stiff-necked people, lest I consume you in the way."
Young's Literal Translation (YLT) unto a land flowing with milk and honey, for I do not go up in thy midst, for thou `art' a stiff-necked people -- lest I consume thee in the way.'
Cross Reference Exodus 3:8 in Oriya 8 ଏହେତୁ ମିସ୍ରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥା'ନ୍ତି, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଯିବାକୁ ଓହ୍ଲାଇ ଆସିଲୁ।
Exodus 13:5 in Oriya 5 ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।
Exodus 23:21 in Oriya 21 ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।
Exodus 32:9 in Oriya 9 ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।”
Exodus 32:14 in Oriya 14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।
Exodus 33:15 in Oriya 15 ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏସ୍ଥାନରୁ ଆମ୍ଭମାନଙ୍କୁ ନେଇ ଯାଅ ନାହିଁ।”
Exodus 34:9 in Oriya 9 “ପ୍ରଭୁ, ମୁଁ ଯଦି ତୁମ୍ଭ ଦୁଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
Leviticus 20:24 in Oriya 24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Numbers 13:27 in Oriya 27 ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।
Numbers 14:8 in Oriya 8 ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।
Numbers 14:12 in Oriya 12 ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ୍ ଗୋଷ୍ଠୀ କରିବା।
Numbers 16:13 in Oriya 13 ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତରରେ ମାରିବାକୁ ଆଣିଅଛ, ଏହା କି କ୍ଷୁଦ୍ର ବିଷୟ ? ଆହୁରି ତୁମ୍ଭେ ଆପଣାକୁ ଆମ୍ଭମାନଙ୍କ ଉପରେ ରାଜା କରୁଅଛ।
Numbers 16:21 in Oriya 21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
Numbers 16:45 in Oriya 45 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”
Deuteronomy 9:6 in Oriya 6 ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।
Deuteronomy 32:26 in Oriya 26 ଆମ୍ଭେ କହିଲୁ, ଶତ୍ରୁର ବିରକ୍ତିକି, କେଜାଣି ବିପକ୍ଷମାନେ ବିପରୀତ ବିଚାର କରିବେ, କେଜାଣି ସେମାନେ କହିବେ, ଆମ୍ଭମାନଙ୍କ ହସ୍ତ ଉନ୍ନତ ହୋଇଅଛି, ପୁଣି ସଦାପ୍ରଭୁ ଏହିସବୁ କରି ନାହାନ୍ତି, ଏକଥା ଯେବେ ଆମ୍ଭେ ଚିନ୍ତା ନ କରନ୍ତୁ;
Joshua 5:6 in Oriya 6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧମଧୁପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।
1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
Psalm 78:8 in Oriya 8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
Jeremiah 11:5 in Oriya 5 ‘ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଶାପଗ୍ରସ୍ତ ହେଉ !'” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍।”
Jeremiah 18:7 in Oriya 7 ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବା;
Ezekiel 3:18 in Oriya 18 ତୁମ୍ଭେ ନିଶ୍ଚୟ ମରିବ, ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
Ezekiel 33:13 in Oriya 13 ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, “ତହିଁରେ ହିଁ ସେ ମରିବ।”
Amos 3:13 in Oriya 13 ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।
Jonah 3:4 in Oriya 4 ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”
Jonah 3:10 in Oriya 10 ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ୱର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ୱର ସେହି ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।