Exodus 6:7 in Oriya 7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।”
Other Translations King James Version (KJV) And I will take you to me for a people, and I will be to you a God: and ye shall know that I am the LORD your God, which bringeth you out from under the burdens of the Egyptians.
American Standard Version (ASV) and I will take you to me for a people, and I will be to you a God; and ye shall know that I am Jehovah your God, who bringeth you out from under the burdens of the Egyptians.
Bible in Basic English (BBE) And I will take you to be my people and I will be your God; and you will be certain that I am the Lord your God, who takes you out from under the yoke of the Egyptians.
Darby English Bible (DBY) And I will take you to me for a people, and will be your God; and ye shall know that I, Jehovah your God, am he who bringeth you out from under the burdens of the Egyptians.
Webster's Bible (WBT) And I will take you to me for a people, and I will be to you a God: and ye shall know that I am the LORD your God, who bringeth you out from under the burdens of the Egyptians.
World English Bible (WEB) and I will take you to me for a people, and I will be to you a God; and you shall know that I am Yahweh your God, who brings you out from under the burdens of the Egyptians.
Young's Literal Translation (YLT) and have taken you to Me for a people, and I have been to you for God, and ye have known that I `am' Jehovah your God, who is bringing you out from under the burdens of the Egyptians;
Cross Reference Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Exodus 5:4 in Oriya 4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ ? ତୁମ୍ଭେମାନେ ଆପଣା ଆପଣା ଭାରବହନ କର୍ମରେ ଯାଅ।”
Exodus 6:6 in Oriya 6 ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
Exodus 16:12 in Oriya 12 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।”
Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Exodus 29:45 in Oriya 45 ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା।
Deuteronomy 4:20 in Oriya 20 ମାତ୍ର ତୁମ୍ଭେମାନେ ଆଜି ଦିନ ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି।
Deuteronomy 7:6 in Oriya 6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 14:2 in Oriya 2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 26:18 in Oriya 18 ପୁଣି ସଦାପ୍ରଭୁ ଆଜି ଏହି ଅଙ୍ଗୀକାର କରିଅଛନ୍ତି ଯେ, ତାହାଙ୍କ ପ୍ରତିଜ୍ଞାନୁସାରେ ତୁମ୍ଭେ ତାହାଙ୍କର ସଞ୍ଚିତ ଧନ ହେବ ଓ ତାହାଙ୍କର ସମସ୍ତ ଆଜ୍ଞା ମାନିବ;
Deuteronomy 29:13 in Oriya 13 ଓ ତୁମ୍ଭ ଛାଉଣିରେ ଥିବା ବିଦେଶୀ, ତୁମ୍ଭ କାଠକଟାଳୀଠାରୁ ତୁମ୍ଭ ଜଳକଢ଼ାଳୀ ପର୍ଯ୍ୟନ୍ତ, ଏପରି ତୁମ୍ଭେ ସମସ୍ତେ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଛିଡ଼ା ହେଉଅଛ।
2 Samuel 7:23 in Oriya 23 ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି ? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ, ଓ ଆପଣା ନାମ କରିବାକୁ ପୁଣି ମିସରରୁ, ନାନା ଗୋଷ୍ଠୀ ଓ ସେମାନଙ୍କ ଦେବଗଣଠାରୁ ତୁମ୍ଭ ଉଦ୍ଦେଶ୍ୟରେ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ମହତ୍ କର୍ମ ଓ ତୁମ୍ଭ ଦେଶ ପାଇଁ ଭୟାନକ କର୍ମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
Psalm 81:6 in Oriya 6 ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।
Isaiah 41:20 in Oriya 20 ତହିଁରେ ସଦାପ୍ରଭୁଙ୍କ ହସ୍ତ ଏହି କାର୍ଯ୍ୟ କରିଅଛି ଓ ଇସ୍ରାଏଲର ଧର୍ମସ୍ୱରୂପ ଏହା ସୃଷ୍ଟି କରିଅଛନ୍ତି ବୋଲି ଲୋକମାନେ ଏକତ୍ର ଦେଖିବେ ଓ ବିବେଚନା କରି ବୁଝିବେ।”
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Hosea 1:10 in Oriya 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Matthew 22:32 in Oriya 32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର, ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର। ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର।
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
Hebrews 11:16 in Oriya 16 କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ୱର ସେମାନଙ୍କ ଈଶ୍ୱର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।
1 Peter 2:10 in Oriya 10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଇଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।
Revelation 21:3 in Oriya 3 ଆଉ ମୁଁ ସିଂହାସନ ମଧ୍ୟରୁ ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ଦେଖ, ମନୁଷ୍ୟମାନଙ୍କ ମଧ୍ୟରେ ଇଶ୍ବରଙ୍କ ବାସସ୍ଥାନ ଅଛି, ସେ ସେମାନଙ୍କ ସହିତ ବାସ କରିବେ, ଆଉ ସେମାନେ ତାହାଙ୍କ ଲୋକ ହେବେ,
Revelation 21:7 in Oriya 7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।