Exodus 6:8 in Oriya 8 ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।
Other Translations King James Version (KJV) And I will bring you in unto the land, concerning the which I did swear to give it to Abraham, to Isaac, and to Jacob; and I will give it you for an heritage: I am the LORD.
American Standard Version (ASV) And I will bring you in unto the land which I sware to give to Abraham, to Isaac, and to Jacob; and I will give it you for a heritage: I am Jehovah.
Bible in Basic English (BBE) And I will be your guide into the land which I made an oath to give to Abraham, to Isaac, and to Jacob; and I will give it to you for your heritage: I am Yahweh.
Darby English Bible (DBY) And I will bring you into the land concerning which I swore to give it unto Abraham, unto Isaac, and unto Jacob; and I will give it you for a possession: I am Jehovah.
Webster's Bible (WBT) And I will bring you into the land, concerning which I swore to give it to Abraham, to Isaac, and to Jacob; and I will give it to you for a heritage: I am the LORD.
World English Bible (WEB) I will bring you into the land which I swore to give to Abraham, to Isaac, and to Jacob; and I will give it to you for a heritage: I am Yahweh.'"
Young's Literal Translation (YLT) and I have brought you in unto the land which I have lifted up My hand to give it to Abraham, to Isaac, and to Jacob, and have given it to you -- a possession; I `am' Jehovah.'
Cross Reference Genesis 14:22 in Oriya 22 ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
Genesis 15:18 in Oriya 18 ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Genesis 22:16 in Oriya 16 “ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;
Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Genesis 35:12 in Oriya 12 ପୁଣି, ଆମ୍ଭେ ଅବ୍ରହାମ ଓ ଇସ୍ହାକକୁ ଯେଉଁ ଦେଶ ଦାନ କରିଅଛୁ, ସେହି ଦେଶ ତୁମ୍ଭକୁ ଓ ତୁମ୍ଭ ଭବିଷ୍ୟତ ବଂଶକୁ ଦେବା।”
Exodus 6:2 in Oriya 2 ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
Exodus 6:6 in Oriya 6 ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସ୍ରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
Exodus 32:13 in Oriya 13 ଆପଣା ଦାସ ଅବ୍ରହାମ ଓ ଇସ୍ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।”
Numbers 23:19 in Oriya 19 ପରମେଶ୍ୱର ମନୁଷ୍ୟ ନୁହଁନ୍ତି ଯେ, ସେ ମିଥ୍ୟା କହିବେ; କିଅବା ସେ ମନୁଷ୍ୟର ସନ୍ତାନ ନୁହଁନ୍ତି ଯେ, ସେ ଅନୁତାପ କରିବେ; ସେ କହିଅଛନ୍ତି, ଆଉ ସେ କି ତାହା କରିବେ ନାହିଁ ? ସେ କହିଅଛନ୍ତି, ଆଉ ତାହା କି ସେ ସିଦ୍ଧ କରିବେ ନାହିଁ ?
Deuteronomy 32:40 in Oriya 40 କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,
1 Samuel 15:29 in Oriya 29 ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।
Psalm 136:21 in Oriya 21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Ezekiel 20:5 in Oriya 5 ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;
Ezekiel 20:15 in Oriya 15 ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;
Ezekiel 20:23 in Oriya 23 ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
Ezekiel 20:28 in Oriya 28 କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
Ezekiel 20:42 in Oriya 42 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 36:7 in Oriya 7 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।
Ezekiel 47:14 in Oriya 14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।