Exodus 7:17 in Oriya 17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, “ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।”
Other Translations King James Version (KJV) Thus saith the LORD, In this thou shalt know that I am the LORD: behold, I will smite with the rod that is in mine hand upon the waters which are in the river, and they shall be turned to blood.
American Standard Version (ASV) Thus saith Jehovah, In this thou shalt know that I am Jehovah: behold, I will smite with the rod that is in my hand upon the waters which are in the river, and they shall be turned to blood.
Bible in Basic English (BBE) So the Lord says, By this you may be certain that I am the Lord; see, by the touch of this rod in my hand the waters of the Nile will be turned to blood;
Darby English Bible (DBY) Thus saith Jehovah: In this shalt thou know that I am Jehovah -- behold, I will smite with the staff that is in my hand upon the water which is in the river, and it shall be turned into blood.
Webster's Bible (WBT) Thus saith the LORD, In this thou shalt know that I am the LORD: behold, I will smite with the rod that is in my hand upon the waters which are in the river, and they shall be turned to blood.
World English Bible (WEB) Thus says Yahweh, "In this you shall know that I am Yahweh. Behold, I will strike with the rod that is in my hand on the waters which are in the river, and they shall be turned to blood.
Young's Literal Translation (YLT) `Thus said Jehovah: By this thou knowest that I `am' Jehovah; lo, I am smiting with the rod which `is' in my hand, on the waters which `are' in the River, and they have been turned to blood,
Cross Reference Exodus 1:22 in Oriya 22 ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ଏବ୍ରୀୟ ପୁତ୍ରସନ୍ତାନକୁ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”
Exodus 4:9 in Oriya 9 ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।”
Exodus 5:2 in Oriya 2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”
Exodus 6:7 in Oriya 7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।”
Exodus 7:5 in Oriya 5 ପୁଣି, ଆମ୍ଭେ ମିସର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କ ମଧ୍ୟରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ବେଳେ ଆମ୍ଭେ ଯେ ସଦାପ୍ରଭୁ, ତାହା ସେମାନେ ଜାଣିବେ।”
1 Samuel 17:46 in Oriya 46 ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋ' ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
1 Kings 20:28 in Oriya 28 ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।”
2 Kings 19:19 in Oriya 19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Psalm 9:16 in Oriya 16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍, ସେଲା
Psalm 78:44 in Oriya 44 ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
Psalm 83:18 in Oriya 18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
Psalm 105:29 in Oriya 29 ସେ ସେମାନଙ୍କ ଜଳସବୁ ରକ୍ତ କଲେ ଓ ମାଛସବୁ ମାରି ପକାଇଲେ।
Ezekiel 29:9 in Oriya 9 ପୁଣି, ମିସର ଦେଶ ଧ୍ୱଂସିତ ଓ ଶୂନ୍ୟ ସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, “ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।”
Ezekiel 30:8 in Oriya 8 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 30:19 in Oriya 19 ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Ezekiel 32:15 in Oriya 15 “ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ୱଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେହି ସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ezekiel 38:23 in Oriya 23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Ezekiel 39:28 in Oriya 28 ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।
Daniel 4:17 in Oriya 17 ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।
Daniel 4:32 in Oriya 32 ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Daniel 5:21 in Oriya 21 ପୁଣି, ସେ ମନୁଷ୍ୟସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
Daniel 5:23 in Oriya 23 ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯା'ନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହିସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
Revelation 8:8 in Oriya 8 ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା,
Revelation 11:6 in Oriya 6 ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥି ନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି।
Revelation 16:3 in Oriya 3 ଦ୍ୱିତୀୟ ଦୂତ ଆପଣା ପାତ୍ର ସମୁଦ୍ର ଉପରେ ଢାଳିଲେ; ତହୁଁ ତାହା ମୃତ ଲୋକର ରକ୍ତ ପରି ହେଲା, ଆଉ ସମୁଦ୍ରରେ ଥିବା ସମସ୍ତ ଜୀବ ମଲେ।