Ezekiel 1:1 in Oriya 1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
Other Translations King James Version (KJV) Now it came to pass in the thirtieth year, in the fourth month, in the fifth day of the month, as I was among the captives by the river of Chebar, that the heavens were opened, and I saw visions of God.
American Standard Version (ASV) Now it came to pass in the thirtieth year, in the fourth `month', in the fifth `day' of the month, as I was among the captives by the river Chebar, that the heavens were opened, and I saw visions of God.
Bible in Basic English (BBE) Now it came about in the thirtieth year, in the fourth month, on the fifth day of the month, while I was by the river Chebar among those who had been made prisoners, that the heavens were made open and I saw visions of God.
Darby English Bible (DBY) Now it came to pass in the thirtieth year, in the fourth [month], on the fifth of the month, as I was among the captives by the river Chebar, the heavens were opened, and I saw visions of God.
World English Bible (WEB) Now it happened in the thirtieth year, in the fourth [month], in the fifth [day] of the month, as I was among the captives by the river Chebar, that the heavens were opened, and I saw visions of God.
Young's Literal Translation (YLT) And it cometh to pass, in the thirtieth year, in the fourth `month', in the fifth of the month, and I `am' in the midst of the Removed by the river Chebar, the heavens have been opened, and I see visions of God.
Cross Reference Genesis 15:1 in Oriya 1 ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢ଼ାଲ ଓ ମହାପୁରସ୍କାର ସ୍ୱରୂପ।”
Genesis 46:2 in Oriya 2 ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
Exodus 24:10 in Oriya 10 ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତ ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।
Numbers 4:3 in Oriya 3 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।”
Numbers 12:6 in Oriya 6 ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।
Ecclesiastes 9:1 in Oriya 1 ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।
Isaiah 1:1 in Oriya 1 ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜାଗଣ ଉଷିୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ଵ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
Jeremiah 24:5 in Oriya 5 “ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ୱିରି ଫଳ ତୁଲ୍ୟ ଜ୍ଞାନ କରିବା।
Ezekiel 1:3 in Oriya 3 କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।
Ezekiel 3:15 in Oriya 15 ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।
Ezekiel 3:23 in Oriya 23 ତହିଁରେ ମୁଁ ଉଠି ପଦା-ଭୂମିକୁ ବାହାରି ଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।
Ezekiel 8:3 in Oriya 3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ' ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।
Ezekiel 10:15 in Oriya 15 ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି।
Ezekiel 10:20 in Oriya 20 ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ୱରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି।
Ezekiel 10:22 in Oriya 22 ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଓ ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ଓ ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ।
Ezekiel 11:24 in Oriya 24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଦର୍ଶନରେ କଲ୍ଦୀୟ ଦେଶକୁ ନିର୍ବାସିତ ଲୋକମାନଙ୍କ ନିକଟକୁ ଆଣିଲେ। ତହୁଁ ମୁଁ ଯେଉଁ ଦର୍ଶନ ପାଇଥିଲି, ତାହା ମୋ' ନିକଟରୁ ଊର୍ଦ୍ଧ୍ୱଗମନ କଲା।
Ezekiel 40:2 in Oriya 2 ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।
Ezekiel 43:3 in Oriya 3 ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।
Daniel 8:1 in Oriya 1 ବେଲ୍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।
Hosea 12:10 in Oriya 10 ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।
Joel 2:28 in Oriya 28 ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
Matthew 3:16 in Oriya 16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଇଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
Matthew 17:9 in Oriya 9 ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।
Mark 1:10 in Oriya 10 ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,
Luke 3:21 in Oriya 21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,
Luke 3:23 in Oriya 23 ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶି ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,
John 1:51 in Oriya 51 ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଇଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।
Acts 7:56 in Oriya 56 ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଇଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି।
Acts 9:10 in Oriya 10 ଦମ୍ମେସକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, ହନନୀୟ। ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ।
Acts 10:3 in Oriya 3 ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।
Acts 10:11 in Oriya 11 ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
2 Corinthians 12:1 in Oriya 1 ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି।
Revelation 4:1 in Oriya 1 ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।