Ezekiel 11:19 in Oriya 19 ଆଉ, ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା ଓ ଆମ୍ଭେ ସେମାନଙ୍କ ମାଂସରୁ ପ୍ରସ୍ତରମୟ ହୃଦୟ ଦୂର କରିବା ଓ ସେମାନଙ୍କୁ ମାଂସମୟ ହୃଦୟ ଦେବା।
Other Translations King James Version (KJV) And I will give them one heart, and I will put a new spirit within you; and I will take the stony heart out of their flesh, and will give them an heart of flesh:
American Standard Version (ASV) And I will give them one heart, and I will put a new spirit within you; and I will take the stony heart out of their flesh, and will give them a heart of flesh;
Bible in Basic English (BBE) And I will give them a new heart, and I will put a new spirit in them; and I will take the heart of stone out of their flesh and give them a heart of flesh:
Darby English Bible (DBY) And I will give them one heart, and I will put a new spirit within you; and I will take away the stony heart out of their flesh, and will give them a heart of flesh;
World English Bible (WEB) I will give them one heart, and I will put a new spirit within you; and I will take the stony heart out of their flesh, and will give them a heart of flesh;
Young's Literal Translation (YLT) And I have given to them one heart, And a new spirit I do give in your midst, And I have turned the heart of stone out of their flesh, And I have given to them a heart of flesh.
Cross Reference Deuteronomy 30:6 in Oriya 6 ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।
2 Kings 22:19 in Oriya 19 ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
2 Chronicles 30:12 in Oriya 12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
Psalm 51:10 in Oriya 10 ହେ ପରମେଶ୍ୱର, ମୋ' ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ' ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
Isaiah 48:4 in Oriya 4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
Jeremiah 24:7 in Oriya 7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।'
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Jeremiah 32:39 in Oriya 39 ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;
Ezekiel 18:31 in Oriya 31 ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”
Ezekiel 36:26 in Oriya 26 ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।
Zephaniah 3:9 in Oriya 9 ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।
Zechariah 7:12 in Oriya 12 ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥି ସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।
Luke 11:13 in Oriya 13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !
John 14:26 in Oriya 26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ।
John 17:21 in Oriya 21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
Acts 4:32 in Oriya 32 ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା।
Romans 2:4 in Oriya 4 କିମ୍ବା ଇଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?
Romans 11:2 in Oriya 2 ଈଶ୍ୱର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାଁନ୍ତି ଏଲୀୟଙ୍କ ବିବରଣରେ ଶାସ୍ତ୍ର କ'ଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ୱରଙ୍କଠାରେ ନିବେଦନ କରନ୍ତି,
1 Corinthians 1:10 in Oriya 10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
2 Corinthians 3:3 in Oriya 3 ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।
2 Corinthians 5:17 in Oriya 17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
Galatians 6:15 in Oriya 15 କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।
Ephesians 4:3 in Oriya 3 ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ।
Ephesians 4:23 in Oriya 23 ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,
Philippians 2:1 in Oriya 1 ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,