Ezekiel 11:5 in Oriya 5 ତହିଁରେ ସଦାପ୍ରଭୁଙ୍କ ପରମେଶ୍ୱରଙ୍କ ଆତ୍ମା ମୋ'ଠାରେ ଅଧିଷ୍ଠିତ ହୋଇ ମୋତେ କହିଲେ, “କୁହ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଏପ୍ରକାର କଥା କହିଅଛ; ତୁମ୍ଭମାନଙ୍କ ମନରେ ଯେଉଁ ଯେଉଁ ବିଷୟ ଉଠୁଅଛି, ତାହା ଆମ୍ଭେ ଜାଣୁ।
Other Translations King James Version (KJV) And the Spirit of the LORD fell upon me, and said unto me, Speak; Thus saith the LORD; Thus have ye said, O house of Israel: for I know the things that come into your mind, every one of them.
American Standard Version (ASV) And the Spirit of Jehovah fell upon me, and he said unto me, Speak, Thus saith Jehovah: Thus have ye said, O house of Israel; for I know the things that come into your mind.
Bible in Basic English (BBE) And the spirit of the Lord came on me, and he said to me, Say, These are the words of the Lord: This is what you have said, O children of Israel; what comes into your mind is clear to me.
Darby English Bible (DBY) And the Spirit of Jehovah fell on me, and said unto me, Speak, Thus saith Jehovah: Thus have ye said, O house of Israel; and the things that come into your mind, I know them.
World English Bible (WEB) The Spirit of Yahweh fell on me, and he said to me, Speak, Thus says Yahweh: Thus have you said, house of Israel; for I know the things that come into your mind.
Young's Literal Translation (YLT) And fall upon me doth the Spirit of Jehovah, and He saith unto me, `Say: Thus said Jehovah: Rightly ye have said, O house of Israel, And the steps of your spirit I have known.
Cross Reference Numbers 11:25 in Oriya 25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
1 Samuel 10:6 in Oriya 6 ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।
1 Samuel 10:10 in Oriya 10 ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
Psalm 7:9 in Oriya 9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
Psalm 50:21 in Oriya 21 ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।
Psalm 139:2 in Oriya 2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ।
Isaiah 28:15 in Oriya 15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Jeremiah 16:17 in Oriya 17 କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।
Jeremiah 17:10 in Oriya 10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।
Ezekiel 2:2 in Oriya 2 ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋ' ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋ' ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।
Ezekiel 2:4 in Oriya 4 ସେହି ସନ୍ତାନମାନେ ନିର୍ଲଜ୍ଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।
Ezekiel 2:7 in Oriya 7 ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
Ezekiel 3:11 in Oriya 11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।”
Ezekiel 3:24 in Oriya 24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋ' ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋ' ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।
Ezekiel 3:27 in Oriya 27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ” !
Ezekiel 8:1 in Oriya 1 ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୂଦାର ପ୍ରାଚୀନମାନେ ମୋ' ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ' ଉପରେ ଅଧିଷ୍ଠିତ ହେଲା।
Ezekiel 28:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, “ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,” ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
Ezekiel 29:3 in Oriya 3 ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, “ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।”
Ezekiel 38:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;
Malachi 3:13 in Oriya 13 ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?”
Mark 2:8 in Oriya 8 ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ ?
Mark 3:22 in Oriya 22 ଆଉ, ଯିରୂଶାଲମରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ।
John 2:24 in Oriya 24 କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Acts 10:44 in Oriya 44 ପିତର ଏହି ସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ।
Acts 11:15 in Oriya 15 ପରେ ମୁଁ କଥା କହିବାକୁ ଆରମ୍ଭ କରିବା ସମୟରେ ପବିତ୍ର ଆତ୍ମା ପ୍ରଥମରେ ଆମ୍ଭମାନଙ୍କ ଉପରେ ଅବତରଣ କଲାପରି ସେମାନଙ୍କ ଉପରେ ସୁଦ୍ଧା ଅବତରଣ କଲେ।
Hebrews 4:13 in Oriya 13 ଇଶ୍ବରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।
James 3:6 in Oriya 6 ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।