Ezekiel 13:10 in Oriya 10 ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,”
Other Translations King James Version (KJV) Because, even because they have seduced my people, saying, Peace; and there was no peace; and one built up a wall, and, lo, others daubed it with untempered morter:
American Standard Version (ASV) Because, even because they have seduced my people, saying, Peace; and there is no peace; and when one buildeth up a wall, behold, they daub it with untempered `mortar':
Bible in Basic English (BBE) Because, even because they have been guiding my people into error, saying, Peace; when there is no peace; and in the building of a division wall they put whitewash on it:
Darby English Bible (DBY) Because, yea because they have seduced my people, saying, Peace! and there is no peace; and one buildeth up a wall, and lo, they daub it with untempered [mortar] --
World English Bible (WEB) Because, even because they have seduced my people, saying, Peace; and there is no peace; and when one builds up a wall, behold, they daub it with whitewash:
Young's Literal Translation (YLT) Because, even because, they did cause My people to err, Saying, Peace! and there is no peace, And that one is building a wall, And lo, they are daubing it with chalk.
Cross Reference 2 Kings 21:9 in Oriya 9 ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।
2 Chronicles 18:12 in Oriya 12 ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
Proverbs 12:26 in Oriya 26 ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
Isaiah 30:10 in Oriya 10 ସେମାନେ ଦର୍ଶକଗଣକୁ କହନ୍ତି, “ତୁମ୍ଭେମାନେ ଦର୍ଶନ କର ନାହିଁ” ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହନ୍ତି, “ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;
Isaiah 57:21 in Oriya 21 ଆମ୍ଭର ପରମେଶ୍ୱର କହନ୍ତି, “ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”
Jeremiah 4:10 in Oriya 10 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”
Jeremiah 5:31 in Oriya 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?
Jeremiah 6:14 in Oriya 14 ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ “ଶାନ୍ତି ଶାନ୍ତି' ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।”
Jeremiah 8:11 in Oriya 11 ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।
Jeremiah 8:15 in Oriya 15 ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ !
Jeremiah 14:13 in Oriya 13 ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।”
Jeremiah 23:13 in Oriya 13 ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
Jeremiah 23:17 in Oriya 17 ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;' ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।'
Jeremiah 28:9 in Oriya 9 ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ।”
Jeremiah 50:6 in Oriya 6 ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି।
Ezekiel 7:25 in Oriya 25 ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।
Ezekiel 13:16 in Oriya 16 ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Ezekiel 22:28 in Oriya 28 ପୁଣି, ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।”
Micah 2:11 in Oriya 11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।
Malachi 3:15 in Oriya 15 ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।
1 Timothy 4:1 in Oriya 1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
2 Timothy 3:13 in Oriya 13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
1 John 2:26 in Oriya 26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।