Ezekiel 13:23 in Oriya 23 ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Other Translations King James Version (KJV) Therefore ye shall see no more vanity, nor divine divinations: for I will deliver my people out of your hand: and ye shall know that I am the LORD.
American Standard Version (ASV) Therefore ye shall no more see false visions, nor divine divinations: and I will deliver my people out of your hand; and ye shall know that I am Jehovah.
Bible in Basic English (BBE) For this cause you will see no more foolish visions or make false use of secret arts: and I will make my people free from your power; and you will be certain that I am the Lord.
Darby English Bible (DBY) therefore ye shall no more see vanity, nor divine divinations; and I will deliver my people out of your hand: and ye shall know that I [am] Jehovah.
World English Bible (WEB) Therefore you shall no more see false visions, nor practice divination. I will deliver my people out of your hand; and you shall know that I am Yahweh.
Young's Literal Translation (YLT) Therefore, vanity ye do not see, And divination ye do not divine again, And I have delivered My people out of your hand, And ye have known that I `am' Jehovah!'
Cross Reference Deuteronomy 18:20 in Oriya 20 ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ।
Ezekiel 12:24 in Oriya 24 କାରଣ ଅସାର ଦର୍ଶନ ଓ ଚାଟୁବାଦର ମନ୍ତ୍ର ତନ୍ତ୍ର ଇସ୍ରାଏଲ ବଂଶ ମଧ୍ୟରେ ଆଉ ରହିବ ନାହିଁ।
Ezekiel 13:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
Ezekiel 13:21 in Oriya 21 ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 14:8 in Oriya 8 ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 15:7 in Oriya 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 34:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”
Micah 3:6 in Oriya 6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
Zechariah 13:3 in Oriya 3 ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।
Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
Mark 13:22 in Oriya 22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
1 Corinthians 11:19 in Oriya 19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
2 Timothy 3:9 in Oriya 9 କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ (ଯନ୍ନିସ୍ ଓ ଯମ୍ବ୍ରୀସ୍ ) ଜଣଙ୍କର ମୁର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 12:11 in Oriya 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।
Revelation 13:5 in Oriya 5 ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା।
Revelation 13:8 in Oriya 8 ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ।
Revelation 15:2 in Oriya 2 ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଇଶ୍ବରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି।