Ezekiel 13:6 in Oriya 6 ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
Other Translations King James Version (KJV) They have seen vanity and lying divination, saying, The LORD saith: and the LORD hath not sent them: and they have made others to hope that they would confirm the word.
American Standard Version (ASV) They have seen falsehood and lying divination, that say, Jehovah saith; but Jehovah hath not sent them: and they have made men to hope that the word would be confirmed.
Bible in Basic English (BBE) They have seen visions without substance and made use of secret arts, who say, The Lord has said; and the Lord has not sent them: hoping that the word would have effect.
Darby English Bible (DBY) They have seen vanity and lying divination, that say, Jehovah saith! and Jehovah hath not sent them; and they make [them] to hope that the word will be fulfilled.
World English Bible (WEB) They have seen falsehood and lying divination, who say, Yahweh says; but Yahweh has not sent them: and they have made men to hope that the word would be confirmed.
Young's Literal Translation (YLT) They have seen vanity, and lying divination, Who are saying: An affirmation of Jehovah, And Jehovah hath not sent them, And they have hoped to establish a word.
Cross Reference 1 Kings 22:6 in Oriya 6 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି ?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
1 Kings 22:27 in Oriya 27 ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”
1 Kings 22:37 in Oriya 37 ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
Proverbs 14:15 in Oriya 15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
Jeremiah 14:14 in Oriya 14 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
Jeremiah 23:31 in Oriya 31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି' ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।”
Jeremiah 28:2 in Oriya 2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ।
Jeremiah 28:15 in Oriya 15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
Jeremiah 29:8 in Oriya 8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।
Jeremiah 29:31 in Oriya 31 ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, “ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,'
Jeremiah 37:19 in Oriya 19 ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ‘ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ,' ସେମାନେ ଏବେ କାହାନ୍ତି ?
Lamentations 2:14 in Oriya 14 ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
Ezekiel 12:23 in Oriya 23 ଏହେତୁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଏହି ପ୍ରବାଦ ଲୋପ କରିବା ଓ ଇସ୍ରାଏଲ ମଧ୍ୟରେ ଲୋକମାନେ ପ୍ରବାଦ ରୂପେ ଆଉ ତାହା ବ୍ୟବହାର କରିବେ ନାହିଁ; ମାତ୍ର ସେମାନଙ୍କୁ କୁହ, ସମୟ ଓ ପ୍ରତ୍ୟେକ ଦର୍ଶନର ସଫଳତା ସନ୍ନିକଟ।”
Ezekiel 13:7 in Oriya 7 ଆମ୍ଭେ କଥା ନ କହିଲେ ହେଁ, “ସଦାପ୍ରଭୁ କହନ୍ତି ବୋଲି କହୁଅଛ ଯେ ତୁମ୍ଭେମାନେ,” ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ ?
Ezekiel 13:22 in Oriya 22 ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
Ezekiel 21:23 in Oriya 23 ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
Ezekiel 21:29 in Oriya 29 ଖଡ଼୍ଗ, ଖଡ଼୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ ପରି ହେବ, ଏଥିପାଇଁ ତାହା ମାର୍ଜ୍ଜିତ ହୋଇଅଛି।
Ezekiel 22:28 in Oriya 28 ପୁଣି, ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।”
Zechariah 10:2 in Oriya 2 କାରଣ ଦେବାଦେବୀଗଣ ଅସାର କଥା କହିଅଛନ୍ତି ଓ ମନ୍ତ୍ରପାଠକମାନେ ମିଥ୍ୟା ଦର୍ଶନ ପାଇଅଛନ୍ତି ଓ ସେମାନେ ମିଥ୍ୟା ସ୍ୱପ୍ନର କଥା କହିଅଛନ୍ତି, ସେମାନେ ବୃଥାରେ ସାନ୍ତ୍ୱନା ଦିଅନ୍ତି; ଏଥିପାଇଁ ଲୋକମାନେ ମେଷଗଣ ପରି ଆପଣା ଆପଣା ପଥରେ ଗମନ କରନ୍ତି, ସେମାନେ କ୍ଳେଶଯୁକ୍ତ ଅଟନ୍ତି, କାରଣ ସେମାନଙ୍କର ପାଳକ କେହି ନାହାନ୍ତି।
Mark 13:6 in Oriya 6 ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।
Mark 13:22 in Oriya 22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
2 Thessalonians 2:11 in Oriya 11 ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ୱର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;