Ezekiel 13:8 in Oriya 8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Other Translations King James Version (KJV) Therefore thus saith the Lord GOD; Because ye have spoken vanity, and seen lies, therefore, behold, I am against you, saith the Lord GOD.
American Standard Version (ASV) Therefore thus saith the Lord Jehovah: Because ye have spoken falsehood, and seen lies, therefore, behold, I am against you, saith the Lord Jehovah.
Bible in Basic English (BBE) So this is what the Lord has said: Because your words are without substance and your visions are false, see, I am against you, says the Lord.
Darby English Bible (DBY) Therefore thus saith the Lord Jehovah: Because ye speak vanity, and have seen lies, therefore behold, I am against you, saith the Lord Jehovah.
World English Bible (WEB) Therefore thus says the Lord Yahweh: Because you have spoken falsehood, and seen lies, therefore, behold, I am against you, says the Lord Yahweh.
Young's Literal Translation (YLT) Therefore, thus said the Lord Jehovah: Because ye have spoken vanity, and seen a lie, Therefore, lo, I `am' against you, An affirmation of the Lord Jehovah.
Cross Reference Jeremiah 50:31 in Oriya 31 ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।
Jeremiah 51:25 in Oriya 25 ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।
Ezekiel 5:8 in Oriya 8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
Ezekiel 21:3 in Oriya 3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ଼୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
Ezekiel 26:3 in Oriya 3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।
Ezekiel 28:22 in Oriya 22 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
Ezekiel 29:3 in Oriya 3 ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, “ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।”
Ezekiel 29:10 in Oriya 10 ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି, ଆମ୍ଭେ ସିବେନୀ ଦୁର୍ଗଠାରୁ କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତାନ୍ତ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବା।
Ezekiel 35:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
Ezekiel 38:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
Ezekiel 39:1 in Oriya 1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
Nahum 2:13 in Oriya 13 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ଼୍ଗ ତୁମ୍ଭର ଯୁବାସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।
Nahum 3:5 in Oriya 5 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।
1 Timothy 4:1 in Oriya 1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
1 Timothy 4:8 in Oriya 8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ୱରପରାୟଣତା ଏହିକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
1 Peter 3:12 in Oriya 12 କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।