Ezekiel 14:11 in Oriya 11 ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞା ଲଘଂନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Other Translations King James Version (KJV) That the house of Israel may go no more astray from me, neither be polluted any more with all their transgressions; but that they may be my people, and I may be their God, saith the Lord GOD.
American Standard Version (ASV) that the house of Israel may go no more astray from me, neither defile themselves any more with all their transgressions; but that they may be my people, and I may be their God, saith the Lord Jehovah.
Bible in Basic English (BBE) So that the children of Israel may no longer go wandering away from me, or make themselves unclean with all their wrongdoing; but they will be my people, and I will be their God, says the Lord.
Darby English Bible (DBY) that the house of Israel may go no more astray from me, neither make themselves any more unclean with all their transgressions; and they shall be my people, and I will be their God, saith the Lord Jehovah.
World English Bible (WEB) that the house of Israel may go no more astray from me, neither defile themselves any more with all their transgressions; but that they may be my people, and I may be their God, says the Lord Yahweh.
Young's Literal Translation (YLT) so that the house of Israel do not wander any more from after Me, nor are defiled any more with all their transgressions, and they have been to Me for a people, and I am to them for God -- an affirmation of the Lord Jehovah.'
Cross Reference Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Deuteronomy 13:11 in Oriya 11 ତହିଁରେ ସମୁଦାୟ ଇସ୍ରାଏଲ ତାହା ଶୁଣିବେ ଓ ଭୟ କରିବେ, ପୁଣି ତୁମ୍ଭ ମଧ୍ୟରେ ଆଉ ଏପରି ଦୁଷ୍ଟତା କରିବେ ନାହିଁ।
Deuteronomy 19:20 in Oriya 20 ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।
Psalm 119:67 in Oriya 67 ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
Isaiah 9:16 in Oriya 16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା'ନ୍ତି, ସେମାନେ ବିନଷ୍ଟ ହୁଅନ୍ତି।
Jeremiah 11:4 in Oriya 4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ,
Jeremiah 23:15 in Oriya 15 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପି ଅଛି।”
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Jeremiah 32:38 in Oriya 38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
Jeremiah 50:6 in Oriya 6 ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି।
Ezekiel 11:18 in Oriya 18 ପୁଣି, ସେମାନେ ସେହି ଦେଶକୁ ଯିବେ ଓ ତହିଁର ଯାବତୀୟ ଅଶୁଚି ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେହି ସ୍ଥାନରୁ ଦୂର କରିବେ।
Ezekiel 34:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Ezekiel 37:23 in Oriya 23 ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞା ଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
Ezekiel 37:27 in Oriya 27 ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
Ezekiel 39:22 in Oriya 22 ଏହିରୂପେ ସେହି ଦିନ ଓ ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ।
Ezekiel 44:10 in Oriya 10 ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।
Ezekiel 44:15 in Oriya 15 ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥ-ଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
Ezekiel 48:11 in Oriya 11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Hebrews 8:10 in Oriya 10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,
Hebrews 11:16 in Oriya 16 କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ୱର ସେମାନଙ୍କ ଈଶ୍ୱର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।
2 Peter 2:15 in Oriya 15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
Revelation 21:7 in Oriya 7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।