Ezekiel 14:13 in Oriya 13 “ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ ଲଘଂନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
Other Translations King James Version (KJV) Son of man, when the land sinneth against me by trespassing grievously, then will I stretch out mine hand upon it, and will break the staff of the bread thereof, and will send famine upon it, and will cut off man and beast from it:
American Standard Version (ASV) Son of man, when a land sinneth against me by committing a trespass, and I stretch out my hand upon it, and break the staff of the bread thereof, and send famine upon it, and cut off from it man and beast;
Bible in Basic English (BBE) Son of man, when a land, sinning against me, does wrong, and my hand is stretched out against it, and the support of its bread is broken, and I make it short of food, cutting off man and beast from it:
Darby English Bible (DBY) Son of man, when a land sinneth against me by working unfaithfulness, and I stretch out my hand upon it, and break the staff of the bread thereof, and send famine upon it, and cut off man and beast from it;
World English Bible (WEB) Son of man, when a land sins against me by committing a trespass, and I stretch out my hand on it, and break the staff of the bread of it, and send famine on it, and cut off from it man and animal;
Young's Literal Translation (YLT) `Son of man, the land -- when it sinneth against Me to commit a trespass, and I have stretched out My hand against it, and broken for it the staff of bread, and sent into it famine, and cut off from it man and beast --
Cross Reference Genesis 6:7 in Oriya 7 ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
Leviticus 26:26 in Oriya 26 ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।
Ezra 9:6 in Oriya 6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
Isaiah 3:1 in Oriya 1 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
Isaiah 24:20 in Oriya 20 ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।
Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Jeremiah 15:2 in Oriya 2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?' ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।'”
Jeremiah 32:43 in Oriya 43 ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, “ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।”
Jeremiah 36:29 in Oriya 29 ପୁଣି, ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ତୁମ୍ଭେ କହିବ, ସଦାପ୍ରଭୁ ଏହି କଥା କହନ୍ତି: ‘ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ, ଆଉ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ, ଏପରି କଥା ତୁମ୍ଭେ କାହିଁକି ଲେଖିଅଛ ? ଏହା କହି ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।'
Lamentations 1:8 in Oriya 8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
Lamentations 1:20 in Oriya 20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ' ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ଼୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
Lamentations 4:9 in Oriya 9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ଼୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।
Ezekiel 4:16 in Oriya 16 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;
Ezekiel 5:16 in Oriya 16 “ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;
Ezekiel 9:9 in Oriya 9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୂଦା- ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।
Ezekiel 14:17 in Oriya 17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,”
Ezekiel 14:19 in Oriya 19 ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
Ezekiel 14:21 in Oriya 21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?
Ezekiel 15:8 in Oriya 8 ଆଉ, ଆମ୍ଭେ ଦେଶକୁ ଧ୍ୱଂସର ସ୍ଥାନ କରିବା, କାରଣ ସେମାନେ ସତ୍ୟ ଲଘଂନ କରିଅଛନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 20:27 in Oriya 27 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି।
Ezekiel 25:13 in Oriya 13 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ଼୍ଗରେ ପତିତ ହେବେ।
Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Daniel 9:10 in Oriya 10 ଓ ସେ ଆପଣା ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆପଣାର ଯେଉଁ ବ୍ୟବସ୍ଥାସକଳ ଆମ୍ଭମାନଙ୍କ ସମ୍ମୁଖରେ ରଖିଲେ, ତଦନୁସାରେ ଆଚରଣ କରିବା ପାଇଁ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ମନୋଯୋଗ କରି ନାହୁଁ।