Ezekiel 14:6 in Oriya 6 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
Other Translations King James Version (KJV) Therefore say unto the house of Israel, Thus saith the Lord GOD; Repent, and turn yourselves from your idols; and turn away your faces from all your abominations.
American Standard Version (ASV) Therefore say unto the house of Israel, Thus saith the Lord Jehovah: Return ye, and turn yourselves from your idols; and turn away your faces from all your abominations.
Bible in Basic English (BBE) For this cause say to the children of Israel, These are the words of the Lord: Come back and give up your false gods and let your faces be turned from your disgusting things.
Darby English Bible (DBY) Therefore say unto the house of Israel, Thus saith the Lord Jehovah: Return ye, and turn yourselves from your idols; and turn away your faces from all your abominations.
World English Bible (WEB) Therefore tell the house of Israel, Thus says the Lord Yahweh: Return you, and turn yourselves from your idols; and turn away your faces from all your abominations.
Young's Literal Translation (YLT) `Therefore say unto the house of Israel: Thus said the Lord Jehovah: Turn ye back, yea, turn ye back from your idols, and from all your abominations turn back your faces,
Cross Reference 1 Samuel 7:3 in Oriya 3 ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।
1 Kings 8:47 in Oriya 47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
2 Chronicles 29:6 in Oriya 6 କାରଣ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ସତ୍ୟଲଙ୍ଘନ କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ତାହାଙ୍କୁ ପରିତ୍ୟାଗ କରି ସଦାପ୍ରଭୁଙ୍କ ଆବାସରୁ ବିମୁଖ ହୋଇ ତାହାଙ୍କ ପ୍ରତି ଆପଣା ପିଠି ଦେଖାଇ ଅଛନ୍ତି।
Nehemiah 1:8 in Oriya 8 ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ସତ୍ୟଲଙ୍ଘନ କଲେ, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା;
Isaiah 2:20 in Oriya 20 ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
Isaiah 30:22 in Oriya 22 ଆଉ, ତୁମ୍ଭେମାନେ ଆପଣାର ରୌପ୍ୟ ପ୍ରତିମାଗଣର ମଣ୍ଡନ ଓ ଛାଞ୍ଚରେ ଢଳା ସ୍ୱର୍ଣ୍ଣ ପ୍ରତିମାଗଣର ଆଭରଣ ଅଶୁଚି କରିବ; ତୁମ୍ଭେ ସେହି ସବୁକୁ ଅଶୁଚି ବସ୍ତୁ ତୁଲ୍ୟ ପକାଇ ଦେବ; ତୁମ୍ଭେ କହିବ, “ଏଠାରୁ ବାହାରି ଯାଅ।”
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 8:5 in Oriya 5 ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି ? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।
Jeremiah 13:27 in Oriya 27 ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ ?
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Jeremiah 50:4 in Oriya 4 ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ।
Lamentations 3:39 in Oriya 39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?
Ezekiel 8:16 in Oriya 16 ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟ-ସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।
Ezekiel 14:4 in Oriya 4 ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା;
Ezekiel 16:63 in Oriya 63 ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ezekiel 18:30 in Oriya 30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Ezekiel 36:31 in Oriya 31 ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।
Hosea 14:1 in Oriya 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।
Hosea 14:8 in Oriya 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।
Jonah 3:7 in Oriya 7 ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, “ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ୱାଦନ ନ କରୁ; ସେମାନେ ଭୋଜନ କି ଜଳ ପାନ ନ କରନ୍ତୁ;
Zephaniah 3:11 in Oriya 11 ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।
Matthew 3:8 in Oriya 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Acts 26:20 in Oriya 20 କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଇଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।
Romans 6:21 in Oriya 21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା ? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ।
James 4:8 in Oriya 8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।