Ezekiel 14:8 in Oriya 8 ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Other Translations King James Version (KJV) And I will set my face against that man, and will make him a sign and a proverb, and I will cut him off from the midst of my people; and ye shall know that I am the LORD.
American Standard Version (ASV) and I will set my face against that man, and will make him an astonishment, for a sign and a proverb, and I will cut him off from the midst of my people; and ye shall know that I am Jehovah.
Bible in Basic English (BBE) And my face will be turned against that man, and I will make him a sign and a common saying, cutting him off from among my people; and you will be certain that I am the Lord.
Darby English Bible (DBY) and I will set my face against that man, and will make him desolate, [so that he shall be] for a sign and for proverbs, and I will cut him off from the midst of my people: and ye shall know that I [am] Jehovah.
World English Bible (WEB) and I will set my face against that man, and will make him an astonishment, for a sign and a proverb, and I will cut him off from the midst of my people; and you shall know that I am Yahweh.
Young's Literal Translation (YLT) and I have set My face against that man, and made him for a sign, and for similes, and I have cut him off from the midst of My people, and ye have known that I `am' Jehovah.
Cross Reference Leviticus 17:10 in Oriya 10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
Leviticus 20:3 in Oriya 3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
Leviticus 22:3 in Oriya 3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।
Leviticus 26:17 in Oriya 17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
Numbers 19:20 in Oriya 20 ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।
Numbers 26:10 in Oriya 10 ସେହି ସମୟରେ ପୃଥିବୀ ଆପଣା ମୁଖ ମେଲାଇ ସେମାନଙ୍କୁ ଓ କୋରହକୁ ଗ୍ରାସ କଲା, ତହିଁରେ ସେହି ଦଳ ନଷ୍ଟ ହେଲେ, ପୁଣି, ଅଗ୍ନି ଦୁଇ ଶହ ପଚାଶ ଜଣକୁ ଦଗ୍ଧ କଲା, ସେମାନେ ଚିହ୍ନ ସ୍ୱରୂପ ହେଲେ।
Deuteronomy 28:37 in Oriya 37 ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁ ସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।
Psalm 34:16 in Oriya 16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
Psalm 37:22 in Oriya 22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ
Psalm 44:13 in Oriya 13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
Isaiah 65:15 in Oriya 15 ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;
Jeremiah 21:10 in Oriya 10 କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।'”
Jeremiah 24:9 in Oriya 9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
Jeremiah 29:22 in Oriya 22 ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ‘ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।
Jeremiah 44:11 in Oriya 11 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି : “ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।
Ezekiel 5:15 in Oriya 15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
Ezekiel 6:7 in Oriya 7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 13:23 in Oriya 23 ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 15:7 in Oriya 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Romans 11:22 in Oriya 22 ଅତଏବ, ଇଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଇଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।
1 Corinthians 10:11 in Oriya 11 ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହି ସବୁ ଲେଖାଯାଇଅଛି।