Ezekiel 15:6 in Oriya 6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।
Other Translations King James Version (KJV) Therefore thus saith the Lord GOD; As the vine tree among the trees of the forest, which I have given to the fire for fuel, so will I give the inhabitants of Jerusalem.
American Standard Version (ASV) Therefore thus saith the Lord Jehovah: As the vine-tree among the trees of the forest, which I have given to the fire for fuel, so will I give the inhabitants of Jerusalem.
Bible in Basic English (BBE) For this cause the Lord has said: Like the vine-tree among the trees of the woods which I have given to the fire for burning, so will I give the people of Jerusalem.
Darby English Bible (DBY) Therefore thus saith the Lord Jehovah: As the wood of the vine among the trees of the forest, which I have given to the fire for fuel, so will I give the inhabitants of Jerusalem.
World English Bible (WEB) Therefore thus says the Lord Yahweh: As the vine tree among the trees of the forest, which I have given to the fire for fuel, so will I give the inhabitants of Jerusalem.
Young's Literal Translation (YLT) Therefore, thus said the Lord Jehovah: As the vine-tree among trees of the forest, That I have given to the fire for fuel, So I have given the inhabitants of Jerusalem.
Cross Reference Isaiah 5:1 in Oriya 1 ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ' ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ' ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;
Isaiah 5:24 in Oriya 24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
Jeremiah 4:7 in Oriya 7 ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି।
Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Jeremiah 21:7 in Oriya 7 ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।'
Jeremiah 24:8 in Oriya 8 ଆଉ, ଯେପରି ସେହି ମନ୍ଦ ଡିମ୍ୱିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ‘ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 25:18 in Oriya 18 ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।
Jeremiah 44:21 in Oriya 21 “ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ ?
Ezekiel 15:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ ?
Ezekiel 17:3 in Oriya 3 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଗୋଟିଏ ବଡ଼ ଉତ୍କ୍ରୋଶ ପକ୍ଷୀର ପକ୍ଷ ଥିଲା, ତାହାର ପକ୍ଷ ବଡ଼, ଡେଣା ଦୀର୍ଘ ଓ ଚିତ୍ରବିଚିତ୍ର ଲୋମରେ ପରିପୂର୍ଣ୍ଣ, ସେ ଲିବାନୋନକୁ ଆସି ଏରସ ବୃକ୍ଷର ଅଗ୍ରଭାଗ ନେଇଗଲା:
Ezekiel 20:47 in Oriya 47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
Zechariah 1:6 in Oriya 6 ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”