Ezekiel 15:7 in Oriya 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Other Translations King James Version (KJV) And I will set my face against them; they shall go out from one fire, and another fire shall devour them; and ye shall know that I am the LORD, when I set my face against them.
American Standard Version (ASV) And I will set my face against them; they shall go forth from the fire, but the fire shall devour them; and ye shall know that I am Jehovah, when I set my face against them.
Bible in Basic English (BBE) And my face will be turned against them; and though they have come out of the fire they will be burned up by it; and it will be clear to you that I am the Lord when my face is turned against them.
Darby English Bible (DBY) And I will set my face against them: they shall go forth from [one] fire, and [another] fire shall devour them; and ye shall know that I [am] Jehovah when I set my face against them.
World English Bible (WEB) I will set my face against them; they shall go forth from the fire, but the fire shall devour them; and you shall know that I am Yahweh, when I set my face against them.
Young's Literal Translation (YLT) And I have set My face against them, From the fire they have gone forth, And the fire doth consume them, And ye have known that I `am' Jehovah, In My setting My face against them.
Cross Reference Leviticus 17:10 in Oriya 10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;
Leviticus 20:3 in Oriya 3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
Leviticus 26:17 in Oriya 17 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
1 Kings 19:17 in Oriya 17 ତହିଁରେ ଯେଉଁ ଲୋକ ହସାୟେଲର ଖଡ଼୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ଼୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।
Psalm 9:16 in Oriya 16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। ହିଗାୟୋନ୍, ସେଲା
Psalm 34:16 in Oriya 16 ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
Isaiah 24:18 in Oriya 18 ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଉର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।
Jeremiah 21:10 in Oriya 10 କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।'”
Jeremiah 48:43 in Oriya 43 ସଦାପ୍ରଭୁ କହନ୍ତି, “ହେ ମୋୟାବ ନିବାସୀନ୍, ତୁମ୍ଭ ପାଇଁ ତ୍ରାସ, ଖାତ ଓ ଫାନ୍ଦ ଅଛି।
Ezekiel 6:7 in Oriya 7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 7:4 in Oriya 4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 11:10 in Oriya 10 ତୁମ୍ଭେମାନେ ଖଡ଼୍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 14:8 in Oriya 8 ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 20:38 in Oriya 38 ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 20:42 in Oriya 42 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 20:44 in Oriya 44 ପୁଣି, ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
Amos 5:19 in Oriya 19 କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
Amos 9:1 in Oriya 1 ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।