Ezekiel 16:20 in Oriya 20 “ଆହୁରି, ଆମ୍ଭ ନିମନ୍ତେ ତୁମ୍ଭେ ଯେଉଁମାନଙ୍କୁ ଜନ୍ମ କରିଥିଲ, ତୁମ୍ଭେ ଆପଣାର ସେହି ପୁତ୍ର ଓ କନ୍ୟାଗଣକୁ ନେଇ ଗ୍ରାସିତ ହେବା ପାଇଁ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ।
Other Translations King James Version (KJV) Moreover thou hast taken thy sons and thy daughters, whom thou hast borne unto me, and these hast thou sacrificed unto them to be devoured. Is this of thy whoredoms a small matter,
American Standard Version (ASV) Moreover thou hast taken thy sons and thy daughters, whom thou hast borne unto me, and these hast thou sacrificed unto them to be devoured. Were thy whoredoms a small matter,
Bible in Basic English (BBE) And you took your sons and your daughters whom I had by you, offering even these to them to be their food. Was your loose behaviour so small a thing,
Darby English Bible (DBY) And thou didst take thy sons and thy daughters, whom thou hadst borne unto me, and these didst thou sacrifice unto them, to be devoured. Were thy whoredoms a small matter,
World English Bible (WEB) Moreover you have taken your sons and your daughters, whom you have borne to me, and these have you sacrificed to them to be devoured. Were your prostitution a small matter,
Young's Literal Translation (YLT) And thou dost take thy sons and thy daughters Whom thou hast born to Me, And dost sacrifice them to them for food. Is it a little thing because of thy whoredoms,
Cross Reference Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Exodus 13:2 in Oriya 2 “ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର ଅଟେ।”
Exodus 13:12 in Oriya 12 ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।
Deuteronomy 29:11 in Oriya 11 ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,
2 Kings 16:3 in Oriya 3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।
2 Chronicles 33:6 in Oriya 6 ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
Psalm 106:37 in Oriya 37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
Isaiah 57:5 in Oriya 5 ତୁମ୍ଭେମାନେ ଅଲୋନ୍ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ ?
Jeremiah 2:34 in Oriya 34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।
Jeremiah 7:31 in Oriya 31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।'
Jeremiah 32:35 in Oriya 35 ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
Ezekiel 8:17 in Oriya 17 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୂଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
Ezekiel 16:21 in Oriya 21 ତୁମ୍ଭେ ଯେ ଆମ୍ଭର ସନ୍ତାନଗଣକୁ ବଧ କରିଅଛ ଓ ଅଗ୍ନିରେ ଗମନ କରାଇ ସେମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଅଛ, ତୁମ୍ଭର ଏହି ବ୍ୟଭିଚାର କି କ୍ଷୁଦ୍ର ବିଷୟ ?
Ezekiel 20:26 in Oriya 26 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।
Ezekiel 20:31 in Oriya 31 ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ?” ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
Ezekiel 23:4 in Oriya 4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।
Ezekiel 23:37 in Oriya 37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି।
Ezekiel 23:39 in Oriya 39 କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି।
Micah 6:7 in Oriya 7 ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା ?