Ezekiel 16:27 in Oriya 27 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭର ଦୈନିକ ଖାଦ୍ୟ ଊଣା କରିଅଛୁ ଓ ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ତୁମ୍ଭ ଭ୍ରଷ୍ଟାଚରଣରେ ଲଜ୍ଜିତ ଅଟନ୍ତି, ସେହି ପଲେଷ୍ଟୀୟ କନ୍ୟାମାନଙ୍କ ଇଚ୍ଛାରେ ତୁମ୍ଭକୁ ସମର୍ପଣ କଲୁ।
Other Translations King James Version (KJV) Behold, therefore I have stretched out my hand over thee, and have diminished thine ordinary food, and delivered thee unto the will of them that hate thee, the daughters of the Philistines, which are ashamed of thy lewd way.
American Standard Version (ASV) Behold therefore, I have stretched out my hand over thee, and have diminished thine ordinary `food', and delivered thee unto the will of them that hate thee, the daughters of the Philistines, that are ashamed of thy lewd way.
Bible in Basic English (BBE) Now, then, my hand is stretched out against you, cutting down your fixed amount, and I have given you up to the desire of your haters, the daughters of the Philistines who are shamed by your loose ways.
Darby English Bible (DBY) And behold, I stretched out my hand over thee, and diminished thine appointed portion; and I gave thee over unto the will of them that hate thee, the daughters of the Philistines, who were confounded at thy lewd way.
World English Bible (WEB) See therefore, I have stretched out my hand over you, and have diminished your ordinary [food], and delivered you to the will of those who hate you, the daughters of the Philistines, who are ashamed of your lewd way.
Young's Literal Translation (YLT) And lo, I have stretched out My hand against thee, And I diminish thy portion, And give thee to the desire of those hating thee, The daughters of the Philistines, Who are ashamed of thy wicked way.
Cross Reference Deuteronomy 28:48 in Oriya 48 ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।
2 Kings 24:2 in Oriya 2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
2 Chronicles 28:18 in Oriya 18 ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବୈଥ୍ଶେମଶ୍ ଓ ଅୟାଲୋନ୍ ଓ ଗଦେରୋତ୍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।
Psalm 106:41 in Oriya 41 ଆଉ, ସେ ସେମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ହସ୍ତରେ ସମର୍ପଣ କଲେ ଓ ସେମାନଙ୍କ ଘୃଣାକାରୀମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ;
Isaiah 3:1 in Oriya 1 ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
Isaiah 5:25 in Oriya 25 ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 9:12 in Oriya 12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 9:17 in Oriya 17 ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହିଁ, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମିଥ୍ୟାବାଦୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Jeremiah 34:21 in Oriya 21 ପୁଣି, ଯିହୁଦାର ରାଜା ସିଦିକୀୟକୁ ଓ ତାହାର ଅଧିପତିଗଣକୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ଓ ବାବିଲ ରାଜାର ଯେଉଁ ସୈନ୍ୟଗଣ ତୁମ୍ଭମାନଙ୍କ ନିକଟରୁ ଉଠି ଯାଇଅଛନ୍ତି, ସେମାନଙ୍କ ହସ୍ତରେ ସମର୍ପଣ କରିବା।'”
Ezekiel 5:6 in Oriya 6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି !”
Ezekiel 14:9 in Oriya 9 ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାକୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
Ezekiel 16:37 in Oriya 37 ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
Ezekiel 16:47 in Oriya 47 ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେକରି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
Ezekiel 16:57 in Oriya 57 ସେହି ସମୟରେ ତୁମ୍ଭର ଦୁଷ୍ଟତା ପ୍ରକାଶ ପାଇ ନ ଥିଲା, ପାଇଲା ଉତ୍ତାରେ ତୁମ୍ଭର ତୁଚ୍ଛକାରିଣୀ ଅରାମର କନ୍ୟାଗଣ ଓ ତାହାର ଚତୁର୍ଦ୍ଦିଗ ନିବାସିନୀ ସମସ୍ତେ, ପଲେଷ୍ଟୀୟମାନଙ୍କର କନ୍ୟାଗଣ ଚାରି ଦିଗରେ ତୁମ୍ଭର ଅପମାନ କଲେ।
Ezekiel 23:22 in Oriya 22 ଏନିମନ୍ତେ ହେ ଅହଲୀବେ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
Ezekiel 23:25 in Oriya 25 ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ଜାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ଼୍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ୱାରା ଗ୍ରାସିତ ହେବେ।
Ezekiel 23:28 in Oriya 28 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛ ଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;
Ezekiel 23:46 in Oriya 46 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।
Hosea 2:9 in Oriya 9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
Revelation 17:16 in Oriya 16 ପୁଣି, ଯେଉଁ ଦଶ ଶିଙ୍ଗ ଦେଖିଲ, ସେହି ସବୁ ଓ ସେହି ପଶୁ ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଛିନ୍ନ ଓ ଉଲଙ୍ଗ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;