Ezekiel 16:3 in Oriya 3 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଯିରୂଶାଲମକୁ ଏହି କଥା କହନ୍ତି: ତୁମ୍ଭର ଉତ୍ପତ୍ତି ଓ ଜନ୍ମସ୍ଥାନ କିଣାନୀୟ ଦେଶ ଅଟେ; ପୁଣି ତୁମ୍ଭର ପିତା ଇମୋରୀୟ ଓ ମାତା ଜଣେ ହିତ୍ତୀୟା ଥିଲା।
Other Translations King James Version (KJV) And say, Thus saith the Lord GOD unto Jerusalem; Thy birth and thy nativity is of the land of Canaan; thy father was an Amorite, and thy mother an Hittite.
American Standard Version (ASV) and say, Thus saith the Lord Jehovah unto Jerusalem: Thy birth and thy nativity is of the land of the Canaanite; the Amorite was thy father, and thy mother was a Hittite.
Bible in Basic English (BBE) And say, This is what the Lord has said to Jerusalem: Your start and your birth was from the land of the Canaanite; an Amorite was your father and your mother was a Hittite.
Darby English Bible (DBY) and say, Thus saith the Lord Jehovah unto Jerusalem: Thy birth and thy nativity is of the land of the Canaanite: thy father was an Amorite, and thy mother a Hittite.
World English Bible (WEB) and say, Thus says the Lord Yahweh to Jerusalem: Your birth and your birth is of the land of the Canaanite; the Amorite was your father, and your mother was a Hittite.
Young's Literal Translation (YLT) Thus said the Lord Jehovah to Jerusalem: Thy birth and thy nativity `Are' of the land of the Canaanite, Thy father the Amorite, and thy mother a Hittite.
Cross Reference Genesis 11:25 in Oriya 25 ତେରହର ଜନ୍ମ ଉତ୍ତାରେ ନାହୋର ଶହେ ଊଣାଇଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟା ଜାତ କଲା।
Genesis 11:29 in Oriya 29 ଏଥିଉତ୍ତାରେ ଅବ୍ରାମ ଓ ନାହୋର ବିବାହ କଲେ; ଅବ୍ରାମଙ୍କ ଭାର୍ଯ୍ୟାଙ୍କର ନାମ ସାରୀ ଓ ନାହୋରର ଭାର୍ଯ୍ୟାର ନାମ ମିଲ୍କା, ସେ ହାରଣର କନ୍ୟା ଥିଲା; ସେହି ହାରଣ ମିଲ୍କା ଓ ଯିସ୍କାର ପିତା।
Genesis 15:16 in Oriya 16 ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
Deuteronomy 7:1 in Oriya 1 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
Deuteronomy 20:17 in Oriya 17 ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ।
Joshua 24:14 in Oriya 14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
1 Kings 21:26 in Oriya 26 ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
2 Kings 21:11 in Oriya 11 “ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।”
Ezra 9:1 in Oriya 1 ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
Nehemiah 9:7 in Oriya 7 ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମକୁ ମନୋନୀତ କଲ ଓ କଲ୍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;
Isaiah 1:10 in Oriya 10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
Isaiah 51:1 in Oriya 1 ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।
Ezekiel 16:45 in Oriya 45 ତୁମ୍ଭେ ଆପଣା ମାତାର କନ୍ୟା, ସେ ଆପଣା ସ୍ୱାମୀକୁ ଓ ସନ୍ତାନମାନଙ୍କୁ ଘୃଣା କରେ; ତୁମ୍ଭେ ନିଜ ଭଗିନୀଗଣର ଭଗିନୀ, ସେମାନେ ଆପଣା ଆପଣା ସ୍ୱାମୀକୁ ଓ ସନ୍ତାନଗଣକୁ ଘୃଣା କଲେ; ତୁମ୍ଭମାନଙ୍କର ମାତା ଜଣେ ହିତ୍ତୀୟା ଓ ତୁମ୍ଭମାନଙ୍କର ପିତା ଜଣେ ଇମୋରୀୟ ଥିଲା।
Ezekiel 21:30 in Oriya 30 ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Matthew 11:24 in Oriya 24 ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।
Luke 3:7 in Oriya 7 ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
John 8:44 in Oriya 44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
Ephesians 2:3 in Oriya 3 ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
1 John 3:10 in Oriya 10 ଏଥିରେ କିଏ ଇଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କଠାରୁ ଜାତ ନୁହେଁ।